ହୃଦଘାତରେ ତାମିଲ ଅଭିନେତା ପଓ୍ବନଙ୍କ ପରଲୋକ…

ମୁମ୍ବାଇ : ତାମିଲ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରୁ ଦୁଃଖଦ ଖବର ଆସିଛି। ଟିଭି ଦୁନିଆର ଜଣାଶୁଣା ଅଭିନେତା ପୱନଙ୍କର ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୨୫ ବର୍ଷ ବୟସ ହୋଇଥିଲା। ଏହି ଖବର ମନୋରଞ୍ଜନ ଶିଳ୍ପ ସହିତ ଜଡିତ ସମସ୍ତଙ୍କୁ ସ୍ତମ୍ଭୀତ କରିଛି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଶୁକ୍ରବାର ଭୋର ପ୍ରାୟ ୫ ଟା ସମୟରେ ପୱନ ହୃଦଘାତରେ ପୀଡିତ ହୋଇଥିଲେ। ସେତେବେଳେ ସେ ମୁମ୍ବାଇର ତାଙ୍କ ଘରେ ଥିଲେ। ସେ ତାମିଲ ଏବଂ ହିନ୍ଦୀ ଟେଲିଭିଜନ ଇଣ୍ଡଷ୍ଟ୍ରିରେ ଏକ ଭଲ ନାମ ଅର୍ଜନ କରିଥିଲେ। ତାଙ୍କର ଅଭିନୟ ଦ୍ୱାରା ସେ ପ୍ରଶଂସକଙ୍କ ହୃଦୟ ଜିତିଥିଲେ ।

ପୱନ ମାଣ୍ଡ୍ୟା ଜିଲାର ବାସିନ୍ଦା ଥିଲେ। ଏହି ଖବର ବିଷୟରେ ସୂଚନା ପାଇବା ପରେ ପୱନଙ୍କ ପିତା ନାଗରାଜୁ ଏବଂ ମାତା ସରସ୍ବତୀ ମର୍ମାହାତ ହୋଇପଡ଼ିଛନ୍ତି। ପରିବାର ଏବଂ ବନ୍ଧୁମାନେ ପୱନଙ୍କ ମୃତଦେହକୁ ମାଣ୍ଡ୍ୟାକୁ ନେଇଛନ୍ତି, ଯେଉଁଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ।

କର୍ନାଟକର ବାସିନ୍ଦା ପୱନ ତାଙ୍କ କାମ ଯୋଗୁ ମୁମ୍ବାଇରେ ତାଙ୍କ ପରିବାର ସହ ରହୁଥିଲେ। ତେବେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ହୃଦଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ରଙ୍ଗାରଙ୍ଗ ଉଦ୍‌ଘାଟନୀରେ ଟି୨୦ ବିଶ୍ୱକପ୍‌ ଆରମ୍ଭ

ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା…

ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍‌ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ

କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍‌କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri