Posted inଜାତୀୟ

ତାମିଲନାଡୁ ବିଧାନସଭା: ଆଜୀବନ କାରାଗାରରେ ଥିବା କଏଦୀମାନଙ୍କୁ ମୁକ୍ତ କରିବାକୁ ବିଶେଷ ଧ୍ୟାନାକର୍ଷଣ ପ୍ରସ୍ତାବ …

ଚେନ୍ନାଇ,୧୦।୧୦ : ତାମିଲନାଡୁ ବିଧାନସଭାରେ ବିରୋଧୀ ଦଳର ନେତା ଏଡାପାଡି ପାଲାନିସ୍ବାମୀ ମଙ୍ଗଳବାର ଆରିୟାଲୁର ଏବଂ ହୋସୁରରେ ହୋଇଥିବା ବିସ୍ଫୋରଣ ଘଟଣା ଉପରେ ଆଲୋଚନା କରିଛନ୍ତି। ବାଣ ଦୋକାନ ଏବଂ କାରଖାନାଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ସେ ତାମିଲନାଡୁ ସରକାରଙ୍କୁ ଅନୁରୋଧ କରିଛନ୍ତି। ବିସ୍ଫୋରଣ ଘଟଣାରେ ପ୍ରଭାବିତ ଲୋକଙ୍କ ପାଇଁ ଘୋଷିତ ଅନୁକମ୍ପାମୂଳକ କ୍ଷତିପୂରଣ ପରିମାଣ ବୃଦ୍ଧି କରିବାକୁ ଇପିଏସ ରାଜ୍ୟ ସରକାରଙ୍କୁ ମଧ୍ୟ ଅନୁରୋଧ କରିଛି।

ଏହା ସହିତ ଆଜୀବନ କାରାଦଣ୍ଡ ଭୋଗୁଥିବା କଏଦୀମାନଙ୍କୁ ସମୟ ପୂର୍ବରୁ ମୁକ୍ତ କରିବା ସମ୍ପର୍କରେ ବିଭିନ୍ନ ଦଳର ବିଧାୟକମାନେ ବିଧାନସଭାରେ ଏକ ବିଶେଷ ଧ୍ୟାନାକର୍ଷଣ ପ୍ରସ୍ତାବ ଆଣିଥିଲେ। ଏହା ଉପରେ ବିରୋଧୀଦଳର ନେତା ଏଡାପାଡି ପଲାନିସ୍ବାମୀ କହିଛନ୍ତି, କୋଏମ୍ବାଟୁର ବିସ୍ଫୋରଣ ମାମଲାରେ ୩୬ ମୁସଲମାନ କଏଦୀ ଗତ ୨୫ ବର୍ଷ ଧରି ଆଜୀବନ କାରାଦଣ୍ଡ ଭୋଗୁଛନ୍ତି। ମୁଁ ତାମିଲନାଡୁ ସରକାରଙ୍କୁ ଅନୁରୋଧ କରୁଛି ଏହି ବନ୍ଦୀମାନଙ୍କୁ ମାନବିକତା କାରଣରୁ ମୁକ୍ତ କରାଯାଉ।

ଆଜୀବନ କାରାଦଣ୍ଡ ଭୋଗୁଥିବା କଏଦୀମାନଙ୍କୁ ମୁକ୍ତ କରିବା ନେଇ ବିଧାୟକମାନେ ଦେଇଥିବା ବିଶେଷ ଧ୍ୟାନାକର୍ଷଣ ପ୍ରସ୍ତାବ ଉପରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଆଜୀବନ କାରାଦଣ୍ଡ ଭୋଗୁଥିବା କଏଦୀମାନଙ୍କୁ ମୁକ୍ତ କରିବା ଉପରେ ଅନେକ ବିଧାୟକ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ୨୭୪ ଜଣ କଏଦୀଙ୍କୁ ଚିହ୍ନଟ କରାଯାଇଛି।

ସିଏମ କହିଛନ୍ତି ଆମେ ପ୍ରଥମ ବ୍ୟାଚରେ ୪୯ ଜଣ କଏଦୀଙ୍କୁ ମୁକ୍ତ କରିବାକୁ ଚାହୁଁଛୁ। ଏହି ପ୍ରସଙ୍ଗରେ ରାଜ୍ୟପାଳଙ୍କ ସମ୍ମତୁକୁ ବର୍ତ୍ତମାନ ଅପେକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?