କରୋନା ଟିକାକରଣରେ ତାମିଲନାଡୁ ସବୁଠାରୁ ଆଗରେ

ନୂଆଦିଲ୍ଲୀ,୨୩ ।୭: ଦେଶରେ କରୋନା ଭାଇରସର ତୃତୀୟ ଲହର ଆସିବା ପୂର୍ବରୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ଦ୍ରୁତ ଗତିରେ ଟିକାକରଣ ପ୍ରକ୍ରିୟାକୁ ଆଗେଇ ନେବାକୁ କହିଥିଲେ । ମେ ୧ରୁ ଜୁଲାଇ ୧୩ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ-୧୯ର ପାଖାପାଖି ୪୧ ଲକ୍ଷ ଅତିରିକ୍ତ ଟିକା ମିଳିଛି । ସ୍ୱ୍ୟାସ୍ଥ୍ୟ ମନ୍ତ୍ରଣାଳୟର ସୂଚନାରୁ ଜଣାପଡିଛି କି ଟିକାକରଣ ମାମଲାରେ ତାମିଲନାଡୁ ସବୁଠାରୁ ଆଗରେ ରହିଥିବା ବେଳେ ଏହା ପଛକୁ ରହିଛି ପଶ୍ଚିମବଙ୍ଗ, ଗୁଜରାଟ । ଏମାନେ ସବୁଠାରୁ ଭଲ ପ୍ରଦର୍ଶନ କରିଛନ୍ତି । ତାମିଲନାଡୁକୁ ୫.୮୮ ଲକ୍ଷ ଡୋଜ, ପଶ୍ଚିମବଙ୍ଗକୁ ୪.୮୬ ଲକ୍ଷ ଡୋଜ ଓ ଗୁଜରାଟକୁ ୪.୬୨ ଲକ୍ଷ ଅତିରିକ୍ତ ଡୋଜ ଦିଆଯାଇଛି । ଅନ୍ୟପଟେ ଟିକା ନଷ୍ଟ କରିବାରେ ବିହାର ରହିଛି ସବୁଠାରୁ ଆଗରେ । ଅନୁମାନ କରାଯାଇଛି କି ସମଗ୍ର ଦେଶରେ ଏପର୍ଯ୍ୟନ୍ତ ପ୍ରାୟ ୨.୫ ଲକ୍ଷ ଡୋଜ ଭ୍ୟାକ୍ସିନ ନଷ୍ଟ ହୋଇ ସାରିଛି । ଯେଉଁଥିରୁ ଅଧାରୁ ଅଧିକ ପ୍ରାୟ ୧.୨୬ ଲକ୍ଷ କେବଳ ବିହାରରେ ନଷ୍ଟ ହୋଇଛି । କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପ୍ରଶ୍ନର ଉତ୍ତରରେ କୁହାଯାଇଛି କି ରାଷ୍ଟ୍ରୀୟ ଟିକାକରଣ କାର୍ଯ୍ୟକ୍ରମରେ ଏପର୍ଯ୍ୟନ୍ତ ପ୍ରାୟ ୯,୭୧୫ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଏଥିରେ ଟିକା ଯୋଗାଡ ପାଇଁ ୮,୭୦୧ କୋଟି ଓ ଭ୍ୟାକ୍ସିନ ପ୍ରକ୍ରିୟା କରଣର ଖର୍ଚ୍ଚ ମଧ୍ୟ ଏଥିରେ ସାମିଲ ଅଛି । ଟିକାକରଣର ସମ୍ପୂର୍ଣ୍ଣ ବଜେଟ ୩୫,୦୦୦କୋଟି ଟଙ୍କା ନିର୍ଦ୍ଧାରିତ କରାଯାଇଛି । ସରକାର କହିଛନ୍ତି ଅଗଷ୍ଟରୁ ଡିସେମ୍ବର ୨୦୨୧ ମଧ୍ୟରେ ୧୩୫ କୋଟି ଡୋଜ ମିଳିଯିବାର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri