Posted inଜାତୀୟ

ହିନ୍ଦୀକୁ ତାମିଲନାଡୁ ଭାଜପାର ବିରୋଧ

ଚେନ୍ନାଇ,୧୪।୪ : ହିନ୍ଦୀ ଭାଷାକୁ ବଳପୂର୍ବକ ଲଦିଦେବା ଉଦ୍ୟମକୁ ତାମିଲନାଡୁ ଭାଜପା ବିରୋଧ କରେ ବୋଲି ଏହାର ସଭାପତି କେ. ଆନ୍ନାମଲାଇ କହିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ହିନ୍ଦୀ ଭାଷାକୁ ଇଂଲିଶର ବିକଳ୍ପ କରାଯିବା ଉଚିତ ବୋଲି କହିବା ପରେ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଛି। କେନ୍ଦ୍ର ସରକାର ଅଣହିନ୍ଦୀ ଭାଷାଭାଷୀ ରାଜ୍ୟରେ ହିନ୍ଦୀକୁ ଜବରଦସ୍ତ ଲଦିଦେବାକୁ ଉଦ୍ୟମ କରୁଛନ୍ତି ବୋଲି ଅଭିଯୋଗ ହୋଇଛି। ଅଧିକାଂଶ ଅଣହିନ୍ଦୀ ରାଜ୍ୟ ଏବଂ ବିରୋଧୀ ଦଳ ଶାହାଙ୍କ ମନ୍ତବ୍ୟକୁ ବିରୋଧ କରିଛନ୍ତି। ଏପରିକି ତାମିଲନାଡୁରେ ଶାହାଙ୍କ ନିଜ ଦଳ ମଧ୍ୟ ହିନ୍ଦୀ ଭାଷାକୁ ବଳପୂର୍ବକ ଲାଗୁ କରିବା ସପକ୍ଷରେ ନ ଥିବା କହିଛି। ଏହାକୁ କଦାପି ଗ୍ରହଣ କରାଯିବ ନାହିଁ ବୋଲି ତାମିଲନାଡୁ ଭାଜପା ମୁଖ୍ୟ ଆନ୍ନାମଲାଇ କହିଛନ୍ତି। ହିନ୍ଦୀକୁ ତୃତୀୟ ଭାଷା ଭାବେ ପଢ଼ାଯିବା ଆବଶ୍ୟକ ବୋଲି କଂଗ୍ରେସ ୧୯୬୫ ଏବଂ ୧୯୮୬ରେ ଆଇନ ଆଣିଥିଲା। ଦ୍ୱିତୀୟ ଜାତୀୟ ଶିକ୍ଷାନୀତିରେ ହିନ୍ଦୀକୁ ଜବରଦସ୍ତ ଲଦିଦେବା ପାଇଁ ଉଦ୍ୟମ ହୋଇଥିଲା ବୋଲି ଆନ୍ନାମଲାଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଜନ୍ତର-ମନ୍ତର ଆନ୍ଦୋଳନରେ ଫାଟ! ଦାବି ପ୍ରତ୍ୟାହାର କରିନେଲେ ସୋନମ ୱାଙ୍ଗଚୁକ, CJP ରଖିଲା ୨ ସର୍ତ୍ତ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା CJP ଆନ୍ଦୋଳନରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଟ (NEET) ପେପର ଲିକ୍‌ ମାମଲାରେ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri