Posted inଜାତୀୟ

ସରକାରୀ ବସ୍‌ରେ ଯାତ୍ରା କଲେ ଷ୍ଟାଲିନ୍‌

ଚେନ୍ନାଇ,୭।୫: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍‌ଙ୍କ ଉଦାରତା ସାମ୍ନାକୁ ଆସିଛି। ସରକାରୀ ବସ୍‌ରେ ସାଧାରଣ ଜନତାଙ୍କ ସହ ଯାତ୍ରା କଲେ ଷ୍ଟାଲିନ୍‌। ଯାହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଷ୍ଟାଲିନ୍‌ ସରକାର ଶନିବାର ନିଜର ଗୋଟିଏ ବର୍ଷ ପୂରଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍‌ ଶନିବାର ଚେନ୍ନାଇର ମାରିନା ବେଳାଭୂମିର କରୁଣାନିଧି ମେମୋରିଆଲରୁ ଆନ୍ନା ମେମୋରିଆଲ ପର୍ଯ୍ୟନ୍ତ ଏକ ସରକାରୀ ବସ୍‌ରେ କିଛି ସମୟ ପାଇଁ ଯାତ୍ରା କରିଥିଲେ। ସେ ବସ୍‌ ନଂ ୨୯ସିରେ ରାଧାକୃଷ୍ଣ ସଲାଇରୁ ଚଢ଼ିଥିଲେ। ଏହି ସମୟରେ ଯାତ୍ରୀମାନେ ତାଙ୍କୁ ଦେଖି ଚମକିପଡ଼ିଥିଲେ। ଷ୍ଟାଲିନ୍‌ ଯାତ୍ରୀମାନଙ୍କୁ ସହ ଟିକେଟ ଓ ସୁବିଧା ବିଷୟରେ ଆଲୋଚନା କରିଥିଲେ। ବିଶେଷକରି ମହିଳାମାନଙ୍କୁ ସରକାରୀ ବସ୍‌ରେ ଦିଆଯାଇଥିବା ମାଗଣା ଯାତ୍ରା ସୁବିଧା ବିଷୟରେ ଷ୍ଟାଲିନ୍‌ ପଚାରି ବୁଝିଥିଲେ। ବସ୍‌ରେ ଯାତ୍ରା କରିବା ପରେ ଷ୍ଟାଲିନ୍‌ ତାମିଲନାଡୁ ବିଧାନସଭାରେ ପହଞ୍ଚି ତାଙ୍କ ସରକାରର ଏକ ବର୍ଷ ପୂର୍ତ୍ତି ପାଇଁ ଅନେକ ଜନକଲ୍ୟାଣ ଘୋଷଣା କରିଥିଲେ। ବସ୍‌ ଯାତ୍ରା ସମୟରେ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ଯାତ୍ରୀମାନଙ୍କ ସହ ତାଙ୍କ ସରକାର ଏବଂ ବସ୍‌ ସେବା ବିଷୟରେ ଆଲୋଚନା କରିଥିଲେ। ସୂଚନା ମୁତାବକ, ଗତ ବର୍ଷ ମେ’ ୭ରେ ଏମ୍‌.କେ ଷ୍ଟାଲିନ୍‌ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ସେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ୨୦୨୧ ତାମିଲନାଡୁ ବିଧାନସଭା ନିର୍ବାଚନରେ ଡିଏମ୍‌କେ ଏକ ବଡ଼ ବିଜୟ ହାସଲ କରିଥିଲା। ଏପ୍ରିଲ ୨୦୨୧ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ମହିଳାମାନଙ୍କ ପାଇଁ ମାଗଣା ବସ୍‌ ଯାତ୍ରା ଯୋଗାଇଦେବାକୁ ଶାସକ ଦଳ ଡିଏମକେ ପ୍ରତିଶୃତି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri