Posted inଜାତୀୟ

ସରକାରୀ ବସ୍‌ରେ ଯାତ୍ରା କଲେ ଷ୍ଟାଲିନ୍‌

ଚେନ୍ନାଇ,୭।୫: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍‌ଙ୍କ ଉଦାରତା ସାମ୍ନାକୁ ଆସିଛି। ସରକାରୀ ବସ୍‌ରେ ସାଧାରଣ ଜନତାଙ୍କ ସହ ଯାତ୍ରା କଲେ ଷ୍ଟାଲିନ୍‌। ଯାହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଷ୍ଟାଲିନ୍‌ ସରକାର ଶନିବାର ନିଜର ଗୋଟିଏ ବର୍ଷ ପୂରଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍‌ ଶନିବାର ଚେନ୍ନାଇର ମାରିନା ବେଳାଭୂମିର କରୁଣାନିଧି ମେମୋରିଆଲରୁ ଆନ୍ନା ମେମୋରିଆଲ ପର୍ଯ୍ୟନ୍ତ ଏକ ସରକାରୀ ବସ୍‌ରେ କିଛି ସମୟ ପାଇଁ ଯାତ୍ରା କରିଥିଲେ। ସେ ବସ୍‌ ନଂ ୨୯ସିରେ ରାଧାକୃଷ୍ଣ ସଲାଇରୁ ଚଢ଼ିଥିଲେ। ଏହି ସମୟରେ ଯାତ୍ରୀମାନେ ତାଙ୍କୁ ଦେଖି ଚମକିପଡ଼ିଥିଲେ। ଷ୍ଟାଲିନ୍‌ ଯାତ୍ରୀମାନଙ୍କୁ ସହ ଟିକେଟ ଓ ସୁବିଧା ବିଷୟରେ ଆଲୋଚନା କରିଥିଲେ। ବିଶେଷକରି ମହିଳାମାନଙ୍କୁ ସରକାରୀ ବସ୍‌ରେ ଦିଆଯାଇଥିବା ମାଗଣା ଯାତ୍ରା ସୁବିଧା ବିଷୟରେ ଷ୍ଟାଲିନ୍‌ ପଚାରି ବୁଝିଥିଲେ। ବସ୍‌ରେ ଯାତ୍ରା କରିବା ପରେ ଷ୍ଟାଲିନ୍‌ ତାମିଲନାଡୁ ବିଧାନସଭାରେ ପହଞ୍ଚି ତାଙ୍କ ସରକାରର ଏକ ବର୍ଷ ପୂର୍ତ୍ତି ପାଇଁ ଅନେକ ଜନକଲ୍ୟାଣ ଘୋଷଣା କରିଥିଲେ। ବସ୍‌ ଯାତ୍ରା ସମୟରେ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ଯାତ୍ରୀମାନଙ୍କ ସହ ତାଙ୍କ ସରକାର ଏବଂ ବସ୍‌ ସେବା ବିଷୟରେ ଆଲୋଚନା କରିଥିଲେ। ସୂଚନା ମୁତାବକ, ଗତ ବର୍ଷ ମେ’ ୭ରେ ଏମ୍‌.କେ ଷ୍ଟାଲିନ୍‌ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ସେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ୨୦୨୧ ତାମିଲନାଡୁ ବିଧାନସଭା ନିର୍ବାଚନରେ ଡିଏମ୍‌କେ ଏକ ବଡ଼ ବିଜୟ ହାସଲ କରିଥିଲା। ଏପ୍ରିଲ ୨୦୨୧ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ମହିଳାମାନଙ୍କ ପାଇଁ ମାଗଣା ବସ୍‌ ଯାତ୍ରା ଯୋଗାଇଦେବାକୁ ଶାସକ ଦଳ ଡିଏମକେ ପ୍ରତିଶୃତି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri