Posted inଜାତୀୟ

ପିଏମ ମୋଦିଙ୍କ ଜନ୍ମଦିନରେ ରାହୁଲଙ୍କ ଶୁଭେଚ୍ଛା, ବିଜୟ କହିଲେ- ମଜବୁତ ଭାରତ ପାଇଁ…

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ବିଭିନ୍ନ ରାଜନୈତିକ ନେତାଙ୍କ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ୍ସରେ ପୋଷ୍ଟ କରି ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉତ୍ତମ ସ୍ବାସ୍ଥ୍ୟ ଓ ଦୀର୍ଘାୟୁ କାମନା କରିଛନ୍ତି।

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଧ୍ୟ ପିଏମ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ସେ ଏକ୍ସରେ ଲେଖିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନରେ ଅନେକ ଅନେକ ଶୁଭକାମନା। ଭଗବାନ ତାଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଓ ଦୀର୍ଘାୟୁ ପ୍ରଦାନ କରନ୍ତୁ ବୋଲି ସେ କାମନା କରିଛନ୍ତି।

ଏହି ଅବସରରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ଟିଭିକେ ମୁଖ୍ୟ ଜୋସେଫ ବିଜୟ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ବିଜୟ କହିଛନ୍ତି ଯେ, ମଜବୁତ ଭାରତ ଗଠନ ପାଇଁ ସମ୍ପୂର୍ଣ୍ଣ ନିଷ୍ଠାର ସହ ନେତୃତ୍ୱ ନେଉଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସେ ହୃଦୟରୁ ଜନ୍ମଦିନର ଶୁଭକାମନା ଜଣାଉଛନ୍ତି।

ବିଜୟ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ତାଙ୍କର ପୁରୁଣା ସାକ୍ଷାତର ଏକ ଫଟୋ ମଧ୍ୟ ଶେୟାର କରିଛନ୍ତି। ସେ ପିଏମ ମୋଦିଙ୍କ ଉତ୍ତମ ସ୍ବାସ୍ଥ୍ୟ, ଦୀର୍ଘାୟୁ ଏବଂ ଦୀର୍ଘ ସୁସ୍ଥ ଓ ସୁଖୀ ଜୀବନ କାମନା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପ ଚଳଚଞ୍ଚଳ: ଆଜିଠାରୁ ୨୩ ପର୍ଯ୍ୟନ୍ତ ପୂଜା ପାଇବେ ପ୍ରଭୁ ବିଶ୍ୱକର୍ମା

ପାରାଦୀପ,୧୭।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଗୁରୁବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଆୟୋଜକମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଚୂଡ଼ାନ୍ତ…

ଅଜବ ପ୍ରେମ…୧୯ ବର୍ଷୀୟ ଜ୍ୱାଇଁ ପ୍ରେମରେ ୫ ସନ୍ତାନର ମା’! ଝିଅର ସ୍ୱାମୀଙ୍କୁ ନେଇ ଶାଶୁ ଫେରାର

ଲକ୍ଷ୍ନୌ,୧୭।୯: ଉତ୍ତରପ୍ରଦେଶର ମୈନପୁରୀରୁ ଶାଶୁ-ଜ୍ବାଇଁଙ୍କ ସମ୍ପର୍କକୁ ନେଇ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଅଭିଯୋଗ ଅନୁସାରେ, ଜଣେ ମହିଳା ନିଜ ଜ୍ବାଇଁଙ୍କ ସହ ଫେରାର…

ସ୍ବାମୀଙ୍କୁ ପିଟିଦେଲା ବାଇକ୍‌, ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ଖବର ଶୁଣି ସ୍ତ୍ରୀଙ୍କୁ ହେଲା…

କଲ୍ୟାଣସିଂହପୁର,୧୭ା୯(ଦୀପକ କୁମାର ପରିଡ଼ା): ଦ୍ରୁତଗତିରେ ଆସୁଥିବା ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା…

ଓରାଙ୍ଗ୍‌ଉଟାନଙ୍କ ସ୍ବାସ୍ଥ୍ୟକୁ ନେଇ ବଡ଼ ଅପଡେଟ୍; ୩ ରକ୍ତହୀନତାରେ ପୀଡ଼ିତ

ଭୁବନେଶ୍ୱର/ବାରଙ୍ଗ,୧୭।୯(ବନ୍ଦନା ସେଠୀ/ଲିଙ୍ଗରାଜ ରାଉତ): ଓଡ଼ିଶାରୁ ଉଦ୍ଧାର କରାଯାଇଥିବା ୫ଟି ଶାବକ ଓରାଙ୍ଗ୍‌ଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତା (ଆନେମିଆ) ରୋଗରେ ପୀଡ଼ିତ ଥିବା ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନ…

ପ୍ରଶଂସା ସାଉଁଟିଛନ୍ତି ପୁରୁଷୋତ୍ତମପୁର ସବ୍‌ଇନ୍ସପେକ୍ଟର , ତାଙ୍କର କାର୍ଯ୍ୟଦକ୍ଷତାକୁ ନେଇ ଆଜି…

ପୁରୁଷୋତ୍ତମପୁର,୧୭ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପକ୍ଷରୁ ସିନିୟର ସବଇନ୍ସପେକ୍ଟର ସୁଶାନ୍ତ କୁମାର ମିଶ୍ରଙ୍କ ବଦଳି ଅବସରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏସ୍‌ଆଇ…

ପୁରୀର ଖଜା ଦୋକାନରେ ଚଢ଼ାଉ, ଗୁଣବତ୍ତା ସହ ଲାଇସେନ୍ସ ଯାଞ୍ଚ

ପୁରୀ, ୧୭।୯( ଅଜିତ୍ କୁମାର ମହାନ୍ତି ): ନିମ୍ନମାନର ଓ ଭେଜାଲ ଖଜା ବିକ୍ରି ନେଇ ଆସୁଥିବା ଅଭିଯୋଗକୁ ଆଧାର କରି ପୁରୀ ସହରର ବିଭିନ୍ନ ଖଜା…

ପୂଜା ମଣ୍ଡପରେ ପୂର୍ବତନ ବିଧାୟକ, ଯୁବଗୋଷ୍ଠୀଙ୍କୁ ଭେଟି…

ଗଞ୍ଜାମ,୧୭ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସାହିରେ ଧୂମ୍‌ଧାମରେ ଚାଲିଛି ଅଗ୍ର୍ୟ ପୂଜ୍ୟ ଗଜାନନଙ୍କ ପୂଜା। ଆକର୍ଷଣୀୟ ମେଢ଼ ଅତ୍ୟାଧୁନିକ ଆଲୋକ ମାଳାରେ ସହର ଝଲସି ଉଠୁଛି।…

ହୃଦ୍‌ଘାତରେ ଚାଲିଗଲା ପୂର୍ବତନ ସରପଞ୍ଚଙ୍କ ଜୀବନ

ଭବାନୀପାଟଣା,୧୭ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ରାଜପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିବ ପ୍ରସାଦ ଭୋଇ (୬୩)ଙ୍କ ବୁଧବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?