Posted inଜାତୀୟ

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି। ସେ ଦାବି କରିଛନ୍ତି ଯେ NEET ପରୀକ୍ଷାକୁ ସମ୍ପୂର୍ଣ୍ଣ ଭାବରେ ବାତିଲ କରାଯାଉ। ଏହାସହ ସିଏମ ବିଜୟ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଧାରଣା ସମୟରେ ଅଟକ ରଖାଯିବା ଘଟଣାକୁ ନେଇ ମଧ୍ୟ ନିଜର ପ୍ରତିକ୍ରିୟା ରଖିଛନ୍ତି।

ବିଜୟଙ୍କ ଦଳ ‘ଟିଭିକେ’ (TVK) ‘ଏକ୍ସ’ରେ ଏକ ପୋଷ୍ଟ କରି ଲେଖିଛି, ‘NEET ପରୀକ୍ଷା ଲାଗୁ ହେବା ପରଠାରୁ କେବଳ ଏହାର ବିଶ୍ୱସନୀୟତା କ୍ଷୁଣ୍ଣ ହୋଇନାହିଁ, ବରଂ ଛାତ୍ରୀଛାତ୍ରମାନେ ମାନସିକ ଚାପର ସମ୍ମୁଖୀନ ହେଉଛନ୍ତି ଏବଂ ସେମାନଙ୍କ ଭବିଷ୍ୟତର ସ୍ବପ୍ନଗୁଡ଼ିକ ଏକ ବଡ଼ ପ୍ରଶ୍ନବାଚୀରେ ପରିଣତ ହୋଇଛି।’ ଟିଭିକେ ପକ୍ଷରୁ କୁହାଯାଇଛି ଯେ NEET ପରୀକ୍ଷା କାରଣରୁ ପ୍ରତିବର୍ଷ ଛାତ୍ରୀଛାତ୍ରଙ୍କୁ ହେଉଥିବା କ୍ଷତି କମିବାର ନାଁ ନେଉନାହିଁ। ଏହି କାରଣରୁ ଆମେ କେନ୍ଦ୍ର ସରକାରଙ୍କ ନିକଟରେ NEET ପରୀକ୍ଷାକୁ ସମ୍ପୂର୍ଣ୍ଣ ରୂପେ ସମାପ୍ତ କରିବା ପାଇଁ ଦୃଢ଼ ଦାବି କରୁଛୁ।

ପ୍ରଧାନମନ୍ତ୍ରୀ ଆବାସ ବାହାରେ ଧାରଣାରେ ବସିଥିବା ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖାର୍ଗେ ଏବଂ ପ୍ରିୟଙ୍କା ଗାନ୍ଧୀଙ୍କ ସମେତ ବଡ଼ ବଡ଼ ନେତାଙ୍କୁ ଅଟକ ରଖାଯିବା ଘଟଣାକୁ ନେଇ ‘ଟିଭିକେ’ (TVK) କହିଛି ଯେ ରାଜଧାନୀରେ ଏଭଳି ଗଣତନ୍ତ୍ରର ଦମନ ଅତ୍ୟନ୍ତ ନିନ୍ଦନୀୟ।

ଟିଭିକେ ପକ୍ଷରୁ ଲେଖାଯାଇଛି, ‘ଦିଲ୍ଲୀରେ ଯୁବବର୍ଗଙ୍କ ଅହିଂସକ ପ୍ରଦର୍ଶନର ସମର୍ଥନରେ ଓହ୍ଲାଇଥିବା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଦିଲ୍ଲୀ ପୋଲିସ ଦ୍ୱାରା ଘୋଷାଡ଼ି ନେବା ଗଣତାନ୍ତ୍ରିକ ଅଧିକାର ଉପରେ ଏକ ଖୋଲା ଆକ୍ରମଣ। ଏହା ଅତ୍ୟନ୍ତ ନିନ୍ଦନୀୟ ଅଟେ।’

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri