Posted inଜାତୀୟ

ଦୋସା ପ୍ରସ୍ତୁତ କରି ଲୋକଙ୍କୁ ଖାଇବାକୁ ଦେଉଛନ୍ତି ପ୍ରାର୍ଥୀ

ଚେନ୍ନାଇ,୨୬।୩: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି। ଭୋଟରଙ୍କୁ ନିଜ ଆଡକୁ ଆଣିବା ପାଇଁ ପ୍ରାର୍ଥୀମାନେ ପ୍ରତିଦିନ ପ୍ରଚାର କରିବାର ନୂତନ ପଦ୍ଧତି ଅବଲମ୍ବନ କରୁଛନ୍ତି। କେହି କେହି ଭୋଟରଙ୍କ ପୋଷାକ ଧୋଉଛନ୍ତି ତ ଆଉ କେହି କେହି ନଡ଼ିଆ ଭାଙ୍ଗି ଭୋଟରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଚେଷ୍ଟା କରୁଛନ୍ତି। ରୋୟାପୁରମ ଆସନରୁ ଏଆଇଡିଏମ୍‌କେ ପ୍ରାର୍ଥୀ ଡି ଜୟକୁମାର ରାସ୍ତା କଡ଼ରେ ଏକ ହ୍ୟାଣ୍ଡ ପମ୍ପ ଚଳାଇ ମହିଳାଙ୍କ ପାତ୍ରରେ ପାଣି ଭର୍ତ୍ତି କରୁଥିବା ଦେଖିବାକୁ ମିଳିଥିଲା। ରାଜ୍ୟ ସରକାରରେ ମତ୍ସ୍ୟ ବିଭାଗର ମନ୍ତ୍ରୀ ଜୟକୁମାର ଦଳର ପ୍ରତିଷ୍ଠାତା ଏମ.ଜି ରାମଚନ୍ଦ୍ରନଙ୍କ ପରିଚୟ ଥିବା ଟୋପି ପିନ୍ଧି ପ୍ରଚାର କରୁଛନ୍ତି। ସେ ସାଇକେଲ ଏବଂ ରିକ୍ସାରେ ବସି ଭୋଟରଙ୍କ ନିକଟରେ ପହଞ୍ଚିଛନ୍ତି। ନିର୍ବାଚନ ପ୍ରଚାର ସମୟରେ ଡିଏମଏମ ପ୍ରାର୍ଥୀ ଏଭିଏମ ପ୍ରଭାକର ରାଜା ଗରମ ଗରମ ଦୋସା ପ୍ରସ୍ତୁତ କରି ଲୋକଙ୍କୁ ଖୁଆଉଥିବା ଦେଖାଯାଇଛି। ମକ୍କଲ ନିଧି ମୟିୟମ ପ୍ରାର୍ଥୀ ପ୍ରିୟଦର୍ଶିନୀ ଏଗମୋର ରାସ୍ତାରେ ମସଲାଯୁକ୍ତ ମାଛ ରାନ୍ଧି ଭୋଟରଙ୍କୁ ସେମାନଙ୍କ ସପକ୍ଷରେ ଭୋଟ ଦେବାକୁ ଅନୁରୋଧ କରିଥିଲେ। ସୂଚନାଯୋଗ୍ୟ, ୨୩୪ ଆସନ ବିଶିଷ୍ଟ ବିଧାନସଭାର ନିର୍ବାଚନ ଏପ୍ରିଲ ୬ରୁ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri