Posted inଜାତୀୟ

ଦୋସା ପ୍ରସ୍ତୁତ କରି ଲୋକଙ୍କୁ ଖାଇବାକୁ ଦେଉଛନ୍ତି ପ୍ରାର୍ଥୀ

ଚେନ୍ନାଇ,୨୬।୩: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି। ଭୋଟରଙ୍କୁ ନିଜ ଆଡକୁ ଆଣିବା ପାଇଁ ପ୍ରାର୍ଥୀମାନେ ପ୍ରତିଦିନ ପ୍ରଚାର କରିବାର ନୂତନ ପଦ୍ଧତି ଅବଲମ୍ବନ କରୁଛନ୍ତି। କେହି କେହି ଭୋଟରଙ୍କ ପୋଷାକ ଧୋଉଛନ୍ତି ତ ଆଉ କେହି କେହି ନଡ଼ିଆ ଭାଙ୍ଗି ଭୋଟରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଚେଷ୍ଟା କରୁଛନ୍ତି। ରୋୟାପୁରମ ଆସନରୁ ଏଆଇଡିଏମ୍‌କେ ପ୍ରାର୍ଥୀ ଡି ଜୟକୁମାର ରାସ୍ତା କଡ଼ରେ ଏକ ହ୍ୟାଣ୍ଡ ପମ୍ପ ଚଳାଇ ମହିଳାଙ୍କ ପାତ୍ରରେ ପାଣି ଭର୍ତ୍ତି କରୁଥିବା ଦେଖିବାକୁ ମିଳିଥିଲା। ରାଜ୍ୟ ସରକାରରେ ମତ୍ସ୍ୟ ବିଭାଗର ମନ୍ତ୍ରୀ ଜୟକୁମାର ଦଳର ପ୍ରତିଷ୍ଠାତା ଏମ.ଜି ରାମଚନ୍ଦ୍ରନଙ୍କ ପରିଚୟ ଥିବା ଟୋପି ପିନ୍ଧି ପ୍ରଚାର କରୁଛନ୍ତି। ସେ ସାଇକେଲ ଏବଂ ରିକ୍ସାରେ ବସି ଭୋଟରଙ୍କ ନିକଟରେ ପହଞ୍ଚିଛନ୍ତି। ନିର୍ବାଚନ ପ୍ରଚାର ସମୟରେ ଡିଏମଏମ ପ୍ରାର୍ଥୀ ଏଭିଏମ ପ୍ରଭାକର ରାଜା ଗରମ ଗରମ ଦୋସା ପ୍ରସ୍ତୁତ କରି ଲୋକଙ୍କୁ ଖୁଆଉଥିବା ଦେଖାଯାଇଛି। ମକ୍କଲ ନିଧି ମୟିୟମ ପ୍ରାର୍ଥୀ ପ୍ରିୟଦର୍ଶିନୀ ଏଗମୋର ରାସ୍ତାରେ ମସଲାଯୁକ୍ତ ମାଛ ରାନ୍ଧି ଭୋଟରଙ୍କୁ ସେମାନଙ୍କ ସପକ୍ଷରେ ଭୋଟ ଦେବାକୁ ଅନୁରୋଧ କରିଥିଲେ। ସୂଚନାଯୋଗ୍ୟ, ୨୩୪ ଆସନ ବିଶିଷ୍ଟ ବିଧାନସଭାର ନିର୍ବାଚନ ଏପ୍ରିଲ ୬ରୁ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri