ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ ଜୁଆଙ୍ଗ ଯୁବତୀ।
ମୃତ ଯୁବତୀ କେନ୍ଦୁଝର ଜିଲାର ଅଞ୍ଜନା ଜୁଆଙ୍ଗ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷେ ଝିଅଙ୍କୁ ହରାଇ ପରିବାର ଲୋକେ ସମ୍ପୂର୍ଣ୍ଣ ଭାଙ୍ଗି ପଡିଥିବା ବେଳେ ଗାଁରେ ଶୋକର ଛାୟା ଖେଳିଯାଇଛି।