ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୪୬ଜଣ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହା ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିବା ସହ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।

ଏପରିକି ଆହତ ଓଡ଼ିଆ ଶ୍ରମିକମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ୩ ଜଣ ବରିଷ୍ଠ ଅଧିକାରୀଙ୍କୁ ତିରୁଭଲ୍ଲୁର ଯାତ୍ରା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରମିକ ଏବଂ ସେମାନଙ୍କ ପରିବାରକୁ ସମସ୍ତ ପ୍ରକାର ସହଯୋଗ କରିବା ପାଇଁ କୁହାଯାଇଛି।

ଅନ୍ୟପକ୍ଷେ ଏହି ଘଟଣାକୁ ଗମ୍ଭୀରତାର ସହ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ଏକ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ୩ ଜଣିଆ ବିଶେଷ ତଦନ୍ତ କମିଟି ଗଠନ କରାଯାଇଛି। କମିଟିରେ ଶିଳ୍ପ ସୁରକ୍ଷା ଓ ସ୍ବାସ୍ଥ୍ୟ ନିର୍ଦ୍ଦେଶକ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଦସ୍ୟ ସଚିବ ଏବଂ ଜନସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ସାମିଲ ଅଛନ୍ତି। କମିଟିକୁ ୨୪ ଘଣ୍ଟା ମଧ୍ୟରେ ଅନ୍ତରୀଣ ରିପୋର୍ଟ ଏବଂ ୩ ଦିନ ମଧ୍ୟରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri