Posted inଜାତୀୟ

ସୁପ୍ରିମକୋର୍ଟଙ୍କ ‘ଉଦବେଗ ପ୍ରକାଶ’ ପରେ ୧୦ ବିଲ୍ ଫେରାଇଦେଲେ ତାମିଲନାଡୁ ରାଜ୍ୟପାଳ

ନୂଆଦିଲ୍ଲୀ,୧୬ା୧୧: ତାମିଲନାଡୁ ରାଜ୍ୟପାଳ ଆରଏନ. ରବି ଗୁରୁବାର ୧୦ ବିଲ୍ ଫେରାଇଦେବା ପରେ ରାଜ୍ୟ ସରକାର ଶନିବାର ବିଧାନସଭାରେ ସ୍ୱତନ୍ତ୍ର ଅଧିବେଶନ ଡାକିଛନ୍ତି। ଏହି ସ୍ୱତନ୍ତ୍ର ଅଧିବେଶନ ଶନିବାର ୧୦ ତା ସମୟରେ ଅନୁଷ୍ଠିତ ହେବ। ପଞ୍ଜାବ ଏବଂ ତାମିଲନାଡୁ ରାଜ୍ୟପାଳ ସରକାରଙ୍କ ବିଭିନ୍ନ ବିଲ୍ ଗୁଡିକୁ ପାସ୍ କରିବା ପାଇଁ ଅଧିକ ସମୟ ଲଗାଉଥିବା ଅଭିଯୋଗରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକଟ କରିବାର ଗୋଟିଏ ସପ୍ତାହ ପରେ ଏହି ଘଟଣା ଘଟିଛି।

ଗତ ଶୁଣାଣି ସମୟରେ ସୁପ୍ରିମକୋର୍ଟ କହିଥିଲେ ଯେ ରାଜ୍ୟପାଳଙ୍କୁ ପଠାଯାଇଥିବା ବିଭିନ୍ନ ବିଲ୍ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ଅଟକ ରଖିବା ଚିନ୍ତାର ବିଷୟ ଅଟେ ବୋଲି କୋର୍ଟ କହିଥିଲେ। ତାମିଲନାଡୁ ସରକାର ରାଜ୍ୟପାଳଙ୍କ ନିକଟକୁ ୧୨ ବିଲ୍ ପଠାଇଥିବା ବେଳେ ସେଥିରୁ ୧୦ ଟି ସେ ଫେରାଇ ଦେଇଛନ୍ତି। ଫେରସ୍ତ ଆସିଥିବା ବିଲ୍ ଗୁଡିକ ବିଧାନସଭାରେ ପାରିତ ହୋଇଥିବା ବିଶ୍ୱବିଦ୍ୟାଳୟ ସମ୍ପର୍କିତ ବିଲ୍ ଅଟେ।

ତେବେ ଏହି ବିଷୟକୁ ଦୃଷ୍ଟିରେ ରଖି ବିଲଗୁଡିକ ଉପରେ ପୁନର୍ବାର ବିଧାନସଭାରେ ଆଲୋଚନା କରି ପାରିତ କରିବାକୁ ଏକ ସ୍ୱତନ୍ତ୍ର ଅଧିବେଶନ ଡାକିଥିବା ବାଚସ୍ପତି ଏମ. ଅପ୍ପାଭୁ କହିଛନ୍ତି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ଏଭଳି କାମ କଲେ ବନ୍ଦ ହେବ LPG ସପ୍ଲାଇ

ନୂଆଦିଲ୍ଲୀ,୨୫।୩:  କେନ୍ଦ୍ର ସରକାରଙ୍କ ନୂତନ ନିର୍ଦ୍ଦେଶନାମା ଅନୁଯାୟୀ, ଯେଉଁ ଅଞ୍ଚଳରେ ପାଇପ୍ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ ଉପଲବ୍ଧ, ସେଠାରେ ଗ୍ରାହକମାନେ PNG ବ୍ୟବହାର ନ…

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ ଥିବାବେଳେ ଭାରତ ଆସିଲା ଗୁଡ୍‌ନ୍ୟୁଜ୍‌, ଶୁଣିଲେ ପାକିସ୍ତାନ-ଚାଇନାର ନିଦ ହଜିବ…

ନୂଆଦିଲ୍ଲୀ, ୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ବିଶ୍ୱବ୍ୟାପୀ ହଇଚଇ ସୃଷ୍ଟି କରିଛି। ବିଶ୍ୱ ପରିସ୍ଥିତି କ୍ରମାଗତ ଭାବରେ ଖରାପ ହେଉଛି,…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଯୁଦ୍ଧ ବନ୍ଦ କରିବା ନେଇ ମୋଦିଙ୍କୁ କହିଦେଲା ଏମିତି…

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବଂ ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ତେହେରାନ ସଙ୍କେତ ଦେଇଛି ଯେ ଭାରତ ଏହି ସଂଘର୍ଷକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri