Posted inଜାତୀୟ

ଡିସେମ୍ବର ୩୦ ଯାଏ ବଢ଼ିଲା କୋଭିଡ-୧୯ କଟକଣା: ଡିସେମ୍ବର ୧୪ରୁ ଖୋଲିବ ମାରିନା ବିଚ୍‌

ଚେନ୍ନାଇ,୩୦।୧୧: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟଗୁଡ଼ିକରେ ସରକାର କଡ଼ା ପଦକ୍ଷେପ ଗ୍ରହଣ କରୁଛନ୍ତି। ଇତିମଧ୍ୟରେ ତାମିଲନାଡୁର ସରକାର ଡିସେମ୍ବର ୩୧ ପର୍ଯ୍ୟନ୍ତ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିଛନ୍ତି। କିନ୍ତୁ ଡିସେମ୍ବର ୩୦ ଯାଏ କୋଭିଡ-୧୯ ସମ୍ବନ୍ଧୀୟ କଟକଣାକୁ ବୃଦ୍ଧି କରିବା ପାଇଁ ଏଜାପାଡି କରୁପା ପଲାନିସ୍ବାମୀଙ୍କ ନେତୃତ୍ୱରେ ଏଆଇଏଡିଏମ୍‌କେ ସରକାର ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ତେବେ ଏହି ସମୟରେ ସରକାର କେତେକ କଟକଣା ଉପରେ କୋହଳ କରିଛନ୍ତି। ତାମିଲନାଡୁ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ନୂଆ ଗାଇଡଲାଇନ ଅନୁସାରେ ଡିସେମ୍ବର ୭ରୁ ୟୁଜି ଅନ୍ତିମ ବର୍ଷର ପରୀକ୍ଷା ପୁଣି ଆରମ୍ଭ ହେବ। ଏଥିସହ ଡିସେମ୍ବର ୧୫ରୁ ମାରିନା ବିଚ୍‌ ଖୋଲିବା ନେଇ ସରକାର ଘୋଷଣା କରିଛନ୍ତି। ସେହିପରି ବିବାହ ଓ ଅନ୍ୟ କାର୍ଯ୍ୟକ୍ରମରେ ସ୍ଥାନର କ୍ଷମତା ଅନୁଯାୟୀ ୫୦ ପ୍ରତିଶତ କିମ୍ବା ୨୦୦ ଲୋକଙ୍କ ସମାଗମକୁ ଅନୁମତି ମିଳିଛି। ରାଜ୍ୟରେ କ୍ରୀଡ଼ା ତାଲିମ ଓ ସୁଇମିଂ ପୁଲ ଖୋଲାଯିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି। ସୂଚନାଯୋଗ୍ୟ, ତାମିଲନାଡୁରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ଲକ୍ଷରୁ ଊର୍ଦ୍ଧ୍ୱ ରହିଛି। ରାଜ୍ୟର ରାଜଧାନୀ ଚେନ୍ନାଇରେ ୨ଲକ୍ଷରୁ ଊର୍ଦ୍ଧ୍ୱ କରୋନା ମାମଲା ରହିଛି। ସେହିପରି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧ହଜାରକୁ ବୃଦ୍ଧି ପାଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?