Posted inଖେଳ

ଏହି ଖେଳାଳିଙ୍କୁ ରଥରେ ବସାଇ ଘରକୁ ପାଛୋଟି ନେଲେ ପ୍ରଶଂସକ

ସାଲେମ,୨୨।୧: ସଦ୍ୟ ସମାପିତ ଅଷ୍ଟ୍ରେଲିଆ ସିରିଜ୍‌ ଜିତି ସ୍ବଦେଶ ଫେରିଛି ଭାରତୀୟ ଦଳ। ଭାରତୀୟ ଦଳକୁ ନିଜ ନିଜ ରାଜ୍ୟରେ ଭବ୍ୟ ସ୍ବାଗତ କରାଯାଇଛି। ଏହି କ୍ରମରେ ବୋଲର ଟି.ନଟରାଜନଙ୍କୁ ତାଙ୍କ ଗ୍ରାମରେ ଜୋରଦାର ସ୍ବାଗତ କରାଯାଉଥିବା ଭିଡିଓ ପୂର୍ବତନ କ୍ରିକେଟର ବୀରେନ୍ଦ୍ର ସେହ୍ବାଗ ସୋସିଆଲ ମିଡିଆରେ ଭାଇରାଲ କରିଛନ୍ତି। ଭିଡିଓରେ ନଟରାଜନଙ୍କୁ ଘୋଡା ରଥରେ ବସାଇ ଘରକୁ ପାଛୋଟି ନେଇଥିଲେ। ରଥରେ ବସିଥିବାବେଳେ ନଟରାଜନ ହାତରେ ତ୍ରିରଙ୍ଗା ଧରିଥିଲେ। ତାଙ୍କୁ ଦେଖିବାକୁ ପ୍ରବଳ ଭିଡ ଜମିଥିଲା। ନଟରାଜନଙ୍କ ଖୁସି ଏବେ ଦ୍ୱିଗୁଣିତ ରହିଛି। କାରଣ ନିକଟରେ ସେ କନ୍ୟା ସନ୍ତାନର ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି।
ସୂଚନାଯୋଗ୍ୟ, ଭାରତୀୟ ପ୍ରିମିୟର ଲିଗର ୧୩ତମ ସିଜିନରେ ନିଜ ବୋଲିଂରେ ସମସ୍ତଙ୍କୁ ପ୍ରଭାବିତ କରିଥିବା ଟି ନଟରାଜନ ଆଇପିଏଲ ୨୦୨୦ରେ ୟର୍କରରେ ବଡ କିମ୍ବଦନ୍ତୀକୁ ଆଉଟ କରିଥିଲେ। ତାମିଲନାଡୁ ବୋଲର ଆଇପିଏଲ ୨୦୨୦ରେ ୧୬ଟି ମ୍ୟାଚରେ ୮.୨ ଆଭରେଜ୍ରେ ସହ ୧୬ ଉଇକେଟ ନେଇଥିଲେ। ଆଇପିଏଲର ଏହି ପ୍ରଦର୍ଶନକୁ ଆଧାର କରି ସେ ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳରେ ମନୋନୀତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?