ଅଗଷ୍ଟ ୯ଯାଏ ବଢ଼ିଲା ଲକ୍‌ଡାଉନ

ଚେନ୍ନାଇ,୩୦।୭: ଦେଶରେ କରୋନା ଦ୍ୱିତୀୟ ଲହର ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ହେଲେ ଅନେକ ରାଜ୍ୟରେ ସମ୍ଭାବ୍ୟ ତୃତୀୟ ଲହର ସଂକ୍ରମଣର ଆଭାସ ଦେଖାଦେଲାଣି। ତେଣୁ କରୋନା ପ୍ରକୋପକୁ ଦୃଷ୍ଟିରେ ରଖି ତାମିଲନାଡୁ ସରକାର ଶୁକ୍ରବାର ରାଜ୍ୟରେ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିଛନ୍ତି। ଅଗଷ୍ଟ ୯ଯାଏ ରାଜ୍ୟରେ ଲକ୍‌ଡାଉନ କଟକଣାକୁ ବୃଦ୍ଧି କରାଯାଇଛି। ହେଲେ ଚଳିତଥର ସରକାର କେତେକ କଟକଣାକୁ କୋହଳ କରିଛନ୍ତି। ପୂର୍ବଭଳି ରାଜ୍ୟରେ କଟକଣା ଜାରି ରହିବା ସହ ରବିବାର ସମ୍ପୂର୍ଣ୍ଣ ଲକ୍‌ଡାଉନ ରହିବ। କଣ୍ଟେନମେଣ୍ଟ ଜୋନ୍‌କୁ ଛାଡ଼ିଦେଲେ ଅନ୍ୟସ୍ଥାନରେ ସମସ୍ତ ଗତିବିଧି ଜାରି ରହିବ। ଏଥିସହ ଆଇଟିଆଇ, ଇଣ୍ଡଷ୍ଟ୍ରିଆଲ୍‌ ସ୍କୁଲ ଓ ଟାଇପ୍‌ ରାଇଟ୍‌ ଟ୍ରେନିଂ ଇନ୍‌ଷ୍ଟିଚ୍ୟୁଟ ୫୦ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ନେଇ ଖୋଲା ରହିବ। ଏହି ସମୟରେ କେରାନା ପ୍ରୋଟୋକଲ କଡ଼ା ଭାବେ ପାଳନ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ତ୍ତମାନ ରାଜ୍ୟରେ ସ୍କୁଲ, କଲେଜ, ବାର, ଥିଏଟର ଓ ସୁଇମିଂ ପୁଲ ବନ୍ଦ ରହିବ। ପୁଡୁଚେରୀ ବ୍ୟତୀତ ଅନ୍ତଃ ରାଜ୍ୟ ସରକାରୀ ଓ ବେସରକାରୀ ବସ ଚଳାଚଳ ବନ୍ଦ ରହିବ। ତେବେ ବିବାହ ସମୟରେ ୫୦ ଓ ଅନ୍ତିମ ସଂସ୍କାରରେ ଅତିବେଶିରେ ୨୦ଜଣ ସାମିଲ ହୋଇପାରିବେ। ସୂଚନାଯୋଗ୍ୟ, ଦୀର୍ଘ ଦିନ ପରେ ତାମିଲନାଡୁରେ କରୋନା ସଂକ୍ରମଣର ନୂଆ ମାମଲା ବୃଦ୍ଧି ପାଇଛି। ଗତ ୨୪ଘଣ୍ଟା ମଧ୍ୟରେ ତାମିଲନାଡୁରେ ୬,୯୭୨ ନୂଆ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ ଏଥିରେ ୮୮ଜଣଙ୍କ ମୃତ୍ୟୁ ହୋଇଛି। ତେବେ ବର୍ଦ୍ଧିତ କରୋନା ମାମଲାକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଲକ୍‌ଡାଉନ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri