Posted inଜାତୀୟ

ଅନାଥାଶ୍ରମରେ ଫୁଡ ପଏଜନିଂ: ୩ ମୃତ, ୧୧ ହସ୍ପିଟାଲରେ ଭର୍ତ୍ତି

ତିରୁପୁର,୬ ।୧୦: ତାମିଲନାଡୁର ତିରୁପୁରର ଏକ ଘରୋଇ ଅନାଥାଶ୍ରମରେ ଫୁଡ ପଏଜନିଂ ଯୋଗୁ ୩ ବାଳକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ଅନ୍ୟ ୧୧ ଜଣଙ୍କର ସରକାରୀ ହସ୍ପିଟାଲରେ ଚିକିତ୍ସା ଚାଲିଛି । ଅଧିକାରୀଙ୍କ ସୂଚନା ଅନୁଯାୟୀ, ଅନାଥାଶ୍ରମର ପିଲାମାନେ ବୁଧବାର ରସମ ଓ ଲଡୁ ଖାଇଥିଲେ । ରାତିରେ ଏମାନଙ୍କ ମଧ୍ୟରୁ କେତେ ଜଣଙ୍କର ବାନ୍ତି ହୋଇ ମୁଣ୍ଡ ବୁଲାଇଥିଲା । ହେଲେ ସେ ପର୍ଯ୍ୟନ୍ତ କେହି ଗୁରୁତର ହୋଇ ନ ଥିଲେ ।
ଅଧିକାରୀଙ୍କ ସୂଚନା ଅନୁଯାୟୀ, ଗୁରୁବାର ସକାଳେ ଏମାନେ ଜଳଖିଆ ଖାଇବା ପରେ ଏମାନଙ୍କ ସ୍ୱାସ୍ଥ୍ୟ ବିଗିଡି ଯାଇଥିଲା । ଏମିତିକି କେହି କେହି ବେହୋସ ହୋଇ ଯାଇଥିଲେ । ଏହାପରେ ସମସ୍ତଙ୍କୁ ନିକଟସ୍ଥ ହସ୍ପିଟାଲଷର ଭର୍ତ୍ତି କରାଯାଇଥିଲା । ପରେ ଏମାନଙ୍କୁ ତିରୁପତି ଓ ଅନିବାଶିର ସରକାରୀ ହସ୍ପିଟାଲକୁ ସିଫ୍‌ଟ କରାଯାଇଥିଲା । ଏହାପରେ ଏମାନଙ୍କ ମଧ୍ୟରୁ ୩ ଜଣଙ୍କର ମୃତ୍ୟୁ ହୋଇଥିଲା । ଏମାନଙ୍କ ବୟସ ୮-୧୩ ବର୍ଷ ମଧ୍ୟରେ । ଅନ୍ୟ ୧୧ ଜଣ ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୩ ଜଣ ଗୁରୁତର ଥିବାରୁ ଆଇସିୟୁରେ ସେମାନଙ୍କ ଚିକିତ୍ସା ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri