Posted inଜାତୀୟ

‘ହିନ୍ଦୀ ଭଳି ତାମିଲକୁ ବି ମିଳୁ ସମାନ ଅଧିକାର’

ଚେନ୍ନାଇ,୨୬।୫: ଉଚ୍ଚ ନ୍ୟାୟାଳୟରେ ତାମିଲକୁ ଏକ ସରକାରୀ ଭାଷା ଭାବେ ସ୍ବିକୃତୀ ପ୍ରଦାନ କରାଯାଉ ବୋଲି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦାବି କରିଛନ୍ତି। ଗୁରୁବାର ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଚେନ୍ନାଇରେ ପହଞ୍ଚିଥିଲେ। ଏହି ସମୟରେ ଷ୍ଟାଲିନ୍‌ ମଧ୍ୟ ଉପସ୍ଥିତ ଥିଲେ। ସେଠାରେ ସେ ମୋଦିଙ୍କୁ ନିବେଦନ କରିଛନ୍ତି ଯେ, ତାମିଲକୁ ହାଇକୋର୍ଟରେ ଏକ ସରକାରୀ ଭାଷା ଭାବେ ଘୋଷଣା କରାଯାଉ। ଏଥିସହ ଷ୍ଟାଲିନ୍‌ କହିଛନ୍ତି, ଆମେ ବନ୍ଧୁତ୍ୱର ହାତ ବଢ଼ାଇବୁ, କିନ୍ତୁ ଆମର ଅଧିକାର ପାଇଁ ସ୍ବର ମଧ୍ୟ ଉତ୍ତୋଳନ କରିବୁ। ଆମର ଭାଷା ତାମିଲ ମଧ୍ୟ ହିନ୍ଦୀ ଭଳି ସମାନ ଅଧିକାର ପାଇବା ଉଚିତ। ଏହାକୁ ଏକ ଆନୁଷ୍ଠାନିକ ଭାଷା ଭାବରେ ମାନ୍ୟତା ଦିଆଯିବା ଉଚିତ। ହିନ୍ଦୀ ଭାଷା ପାଇଁ ଆମକୁ ବାଧ୍ୟ କରା ନ ଯାଉ ବୋଲି ଷ୍ଟାଲିନ୍‌ କହିଛନ୍ତି। ଏତଦ୍‌ ବ୍ୟତୀତ ନିଟ୍‌ ପରୀକ୍ଷାକୁ ମଧ୍ୟ ରଦ୍ଦ କରିବା ପାଇଁ ସେ ଦାବି କରିଛନ୍ତି। ନିଟ୍‌ ପରୀକ୍ଷାକୁ ଆମେ ବିରୋଧ କରୁଛୁ ଏବଂ ବିଧାନସଭାରେ ଏନେଇ ଏକ ବିଲ୍‌ ମଧ୍ୟ ପାସ କରାଯାଇଛି। ତାମିଲନାଡୁକୁ ନିଟ୍‌ ପରୀକ୍ଷାରୁ ମୁକ୍ତ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି ଷ୍ଟାଲିନ୍‌। ଅନ୍ୟପଟେ ପ୍ରଧାନମନ୍ତ୍ରୀ ମୋଦି ଷ୍ଟାଲିନ୍‌ଙ୍କ ଉତ୍ତର ରଖିବାକୁ ଯାଇ କହିଛନ୍ତି, ତାମିଲ ଭାଷା ଶାସ୍ବତ ଏବଂ ତାମିଲ ସଂସ୍କୃତି ବିଶ୍ୱବ୍ୟାପୀ। ଚେନ୍ନାଇରୁ କାନାଡା, ମଦୁରାଇରୁ ମାଲେସିଆ, ନମକ୍କଲରୁ ନ୍ୟୁୟର୍କ, ସାଲେମରୁ ଦକ୍ଷିଣ ଆଫ୍ରିକା ପର୍ଯ୍ୟନ୍ତ ପୋଙ୍ଗଲ ଏବଂ ପୁଥାଣ୍ଡୁ ଉତ୍ସବ ଅତି ଉତ୍ସାହର ସହିତ ପାଳନ କରାଯାଏ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri