Posted inଖେଳ

ତାମିମ ଇକ୍‌ବାଲଙ୍କୁ ଜରିମାନା

ଦୁବାଇ,୩୦ା୫(ପି.ଟି.)-ବାଂଲାଦେଶ କ୍ରିକେଟ ଦଳର ଅଧିନାୟକ ତାମିମ ଇକବାଲଙ୍କୁ ତାଙ୍କ ମ୍ୟାଚ ଫି’ର ୧୫ପ୍ରତିଶତ ଜରିମାନା କରାଯାଇଛି। ଢାକାଠାରେ ଶୁକ୍ରବାର ଖେଳାଯାଇଥିବା ଶ୍ରୀଲଙ୍କା ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ମ୍ୟାଚରେ ଖରାପ ଭାଷା ପ୍ରୟୋଗ ପାଇଁ ତାଙ୍କୁ ଏହି ଦଣ୍ଡବିଧାନ କରାଯାଇଛି। ଏକ ଅନ୍ତର୍ଜାତୀୟ ମ୍ୟାଚ ବେଳେ ଯଦି ଜଣେ ଖେଳାଳି ଅବା ସପୋର୍ଟ ଷ୍ଟାଫ୍‌ ଯଦି କାହାକୁ ଆକ୍ଷେପ କରି ଖରାପ ଭାଷା ବ୍ୟବହାର କରନ୍ତି ତେବେ ଏହାଦ୍ୱାରା ଆଇସିସି ଆଚରଣବିଧିର ଧାରା ୨.୩ ଉଲ୍ଲଂଘନ କରାଯାଇଥିବା ବିଚାର କରାଯିବ। ଜରିମାନା ବ୍ୟତୀତ ତାମିମଙ୍କୁ ଏକ ଡିମେରିଟ ପଏଣ୍ଟ ଦିଆଯାଇଛି। ଏହା ତାଙ୍କ ଶୃଙ୍ଖଳାଗତ ରେକର୍ଡରେ ସାମିଲ କରାଯିବ। ୨୪ ମାସ ମଧ୍ୟରେ ତାମିମଙ୍କର ଏହା ହେଉଛି ପ୍ରଥମ ଅପରାଧ। ଶୁକ୍ରବାର ବାଂଲାଦେଶ ଇନିଂସର ୧୦ମ ଓଭରରେ ଏହି ଘଟଣା ଘଟିଥିଲା। ତାଙ୍କ କଟ୍‌ ବିହାଇଣ୍ଡ ଆଉଟ ବିରୋଧରେ ଡିଆର୍‌ଏସ୍‌ ଅପିଲ କରି ବିଫଳ ହେବାପରେ ଉତ୍ତେଜିତ ହୋଇ ସେ ଖରାପ ଭାଷାରେ ଗାଳି କରିଥିଲେ। ତାମିମ ନିଜ ଦୋଷ ସ୍ବୀକାର କରିବା ସହ ଆଇସିସି ମ୍ୟାଚ ରେଫରି ନିୟାମୁର ରସିଦଙ୍କ ଦ୍ୱାରା ପ୍ରସ୍ତାବିତ ଦଣ୍ଡ ବିଧାନକୁ ଗ୍ରହଣ କରି ନେଇଥିଲେ। ଫଳରେ ଆନୁଷ୍ଠାନିକ ଶୁଣାଣିର ଆବଶ୍ୟକତା ପଡ଼ି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri