ଟମକା-ମଙ୍ଗଳପୁର ମୁଖ୍ୟ ରାସ୍ତା ଜାମ

କାଳିଆପାଣି,୨୩ା୫(ଡି.ଏନ.ଏ.): ଯାଜପୁର ଜିଲାର କାଳିଆପାଣି ଖଣି ଅଞ୍ଚଳରେ ଟ୍ରାଫିକ୍‌ ସମସ୍ୟା ଜଟିଳ ହେବାରେ ଲାଗିଛି। ସ୍ଥାନୀୟ ପୋଲିସର ଅପାରଗତା ଓ ଟ୍ରକ୍‌ ମାଲିକଙ୍କ ବେପରୁଆ ଗାଡି ପାର୍କିଂ ନେଇ ସ୍ଥାନୀୟ ଅଧିବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପୂର୍ବରୁ ଟିସ୍କୋ ପାର୍କିଂୟାର୍ଡରେ ଟ୍ରକ ପୁରେଇବାକୁ ନେଇ ଦୁଇରୁ ତିନି ଘଣ୍ଟା ରାସ୍ତା ଜାମ ହେଉଥିବାବେଳେ ସୋମବାର ଏହା ଚରମ ସୀମାରେ ପଞ୍ଚତ୍ଚିଛି।
ଅପରାହ୍ନ ଦୁଇଟାଠାରୁ ରାତି ୮ଟା ପର୍ଯ୍ୟନ୍ତ ଖଣି ଅଞ୍ଚଳର ଲାଇଫ ଲାଇନ କୁହାଯାଉଥିବା ଟମକା-ମଙ୍ଗଳପୁର ମୁଖ୍ୟ ରାସ୍ତା ଜାମ ରହିଥିଲା। କାଳିଆପାଣି ଓଏମ୍‌ସି ଗେଟଠାରୁ କଲରଙ୍ଗୀ ଛକ ୮ କିଲୋମିଟର ରାସ୍ତାରେ ୪ ଧାଡ଼ିରେ ଟ୍ରକ୍‌ ରହିଥିବାରୁ ଆମ୍ବୁଲାନ୍ସ ସହ ଛୋଟ ଗାଡି ଘଣ୍ଟାଘଣ୍ଟା ଧରି ଫସି ରହିଥିଲେ। ଖରାରେ ଯାତ୍ରୀ ସିଝୁଥିବାବେଳେ ପୋଲିସ ଟ୍ରାଫିକ ସୁଧାରିବା ପାଇଁ ନକେଦମ ହେଉଥିବା ଦେଖିବାକୁ ମିଳିଥିଲା। ସୁକିନ୍ଦା ତହସିଲଦାର ସାରେ କାଳିଆପାଣି ଗସ୍ତ କରୁଥିବାବେଳେ ଜାମରେ ଫସିରହି କଲରଙ୍ଗୀଠାରୁ ଫେରିଥିବା ଜଣାପଡିଛି। ପ୍ରଶାସନ ଏଠି ନିଦାବିଷ୍ଣୁ ସାଜିଥିବାବେଳେ କମ୍ପାନୀ ଓ ଟ୍ରକ୍‌ ମାଲିକଙ୍କ ସ୍ବାର୍ଥ ଆଗରେ ସାଧାରଣ ଜୀବନ ଏଠି ତୁଚ୍ଛ ହୋଇଛି। ଜିଲାପାଳ ଏଥିପ୍ରତି ଦୃଷ୍ଟିଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri