ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା ହ୍ରଦର ଜଳସ୍ତର ବୃଦ୍ଧି ପାଇ ଅଖାପାଖ ଅଞ୍ଚଳରେ ଜଳବନ୍ଦୀ ହେବା ପରିସ୍ଥିତି ସୃଷ୍ଟି ହୋଇଛି। ତେବେ ହ୍ରଦର ଜଳସ୍ତର ପାଇଥିବା କାରଣ ଚିତ୍ର ସ୍ପଷ୍ଟ ହୋଇଛି। ଜଳମଗ୍ନ ହୋଇଥିବା ସହରର ୩ଟି ଅଞ୍ଚଳ – ଭାଗ୍ୟଲକ୍ଷ୍ମୀ ନଗର, ପାଲିଆ ଛତ୍ରପୁର ଓ ବ୍ୟାଙ୍କ କଲୋନୀର ଅନେକ ଘର ପାଣି ଘେରରେ ରହିଛି। ଏହି ବିଷୟରେ ଖବର ମିଳିବା ପରେ ଜିଲାପାଳ ଏହାର ତଦାରଖ କରିବା ପାଇଁ ଜଳସେଚନ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ।

ବର୍ଷା କାରଣରୁ ତାମ୍ପରା ହ୍ରଦର ବନ୍ୟାଜଳ ନିଷ୍କାସନ କରିବା ପାଇଁ ଅଗସ୍ତି ନୂଆଗାଁ ଗ୍ରାମ ଦେଇ ଋଷିକୂଲ୍ୟା ନଦୀକୁ ଜଳ ନିଷ୍କାସନ ପାଇଁ ୩ଟି ଚେକ ଗେଟ୍‌ ବ୍ୟବସ୍ଥା କରାଯାଇଛି। କିନ୍ତୁ ୩ଟି ଚେକ୍‌ ଗେଟ୍‌ ମଧ୍ୟରୁ ଦୁଇଟି ଗେଟ୍‌ କାମ ଏବେ ସୁଦ୍ଧା ଶେଷ ହୋଇ ନ ଥିବା ଚାଷୀ ଏବଂ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଜଳ ନିଷ୍କାସନ ନ ହେବାରୁ ହ୍ରଦର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଲା। ୩ଟି ଗେଟ୍‌ ମଧ୍ୟରୁ ଗୋଟିଏ ଗେଟ୍‌ କାମ କରୁଥିବାବେଳେ ଅନ୍ୟ ଦୁଇଟିକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ଗ୍ରାମବାସୀ ଏବଂ ଚାଷୀ ପ୍ରଶାସନ ପାଖରେ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?