ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l ତାହାର ସଂଯୋଗୀକରଣ ଏବଂ ପାରିପାର୍ଶ୍ୱିକ ଉନ୍ନତିକରଣ ନେଇ ଆଜି ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଆଇଆରଇଏଲ, ପର୍ଯ୍ୟଟନ, ଜଳ ସେଚନ, କ୍ଷୁଦ୍ର ଜଳସେଚନ, ପୂର୍ତ୍ତ ବିଭାଗ ଏବଂ ଅନ୍ୟାନ୍ୟ ବିଭାଗର ଅଧିକାରୀମାନଙ୍କୁ ନେଇ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ଉପସ୍ଥିତରେ ଏହି ପ୍ରସ୍ତୁତି ବୈଠକ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏକ ନୂତନ ରାସ୍ତା ନିର୍ମାଣ କରାଯିବ। ଏହା ସହିତ ଋଷିକୂଲ୍ୟାରୁ ପାଣି କିପରି ଆସିବ ଏବଂ ସବୁବେଳେ ତାମ୍ପରାରେ ପାଣି ଭର୍ତ୍ତି ହୋଇରହିବ l ସେଥିପାଇଁ ଜଳ ସେଚନ ବିଭାଗ ପକ୍ଷରୁ ଏକ ଡିପିଆର ପ୍ରସ୍ତୁତି କରିବାକୁ କୁହାଯାଇଛି l ତାମ୍ପରାକୁ ବହୁ ମାତ୍ରାରେ ପର୍ଯ୍ୟଟକ ଆସୁଛନ୍ତି। କିଛି ଦିନ ତଳେ ତାମ୍ପରାର ପୁନଃରୁଦ୍ଧାର ହୋଇଛି l ତାହା ନୁଆ ରୂପ ତାମ୍ପରା ନେଇଛି। ପର୍ଯ୍ୟଟକକୁ ଆହୁରି ଆକୃଷ୍ଟ କରିବା ନିମନ୍ତେ ତାମ୍ପରା ତରଙ୍ଗିଣୀ ସାଂସ୍କୃତିକ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି l ପ୍ରତ୍ୟେକ ସପ୍ତାହର ରବିବାର ଏହାର ମଜା ନେବେ ଦର୍ଶକ ଏବଂ ପର୍ଯ୍ୟଟକ।

ତାମ୍ପରାକୁ ଆହୁରି ଆକର୍ଷଣ ସୌନ୍ଦର୍ଯ୍ୟକରଣ କରିବା ନିମନ୍ତେ ବିଭିନ୍ନ ପ୍ରକାର ଉନ୍ନତିକରଣ କାର୍ଯ୍ୟ କରାଯାଉଛି l ଯେଉଁ ପର୍ଯ୍ୟଟନର ମାନ୍ୟତା ରହିଛି ତାହାକୁ ବୃଦ୍ଧି କରିବା ନିମନ୍ତେ ଗୁରୁତ୍ୱ ଦିଆଯାଉଛି ବୋଲି ମଧ୍ୟ ଜିଲାପାଳ କହିଥିଲେ। ଜନସଂଖ୍ୟା ଦିନକୁ ଦିନ ବୃଦ୍ଧି ହେବାରେ ଲାଗିଛି l ଲୋକଙ୍କ ମନୋରଞ୍ଜନ ନିମନ୍ତେ ସରକାରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟ କରାଯାଉଛି। ଲୋକେ କିପରି ସୁରକ୍ଷିତ ଭାବେ ବେଳାଭୂମିର ମଜା ନେବେ ସେଥିପାଇଁ ନୋଳିଆ ନୁଆଁ ଗାଁ ବେଳାଭୂମିକୁ ବ୍ରିଜ ମାଧ୍ୟମରେ ଯାତାୟତ କରିବେ l ଏହାକୁ ଦୃଷ୍ଟି ରଖି ଆଜି ଏହି ପ୍ରସ୍ତୁତି ବୈଠକରେ ଆଲୋଚନା କରାଯାଇଛି ବୋଲି ବିଧାୟକ ଶ୍ରୀ ନାୟକ ସୂଚନା ଦେଇଛନ୍ତି l ଏହି ବୈଠକରେ ଛତ୍ରପୁର ଉପଜିଲାପାଳ ଶିବାଶିଷ ବରାଳ, ଛତ୍ରପୁର ତହସିଲଦାର ଦିବ୍ୟା ମହାନ୍ତି, ଜିଲା ପର୍ଯ୍ୟଟନ ଅଧିକାରୀ ଜନକ ତରାଇ, ଆଇ ଆରଇଏଲ କମ୍ପାନୀର ବରିଷ୍ଠ ଅଧିକାରୀ ଗଣ, ଏମଆଇ, ଇରିକେସନ, ପିଡବ୍ଲୁଡ଼ି ସହିତ ଅନ୍ୟାନ୍ୟ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri