ଖୋଲିଲା ତାମ୍ପରା ଲେକ୍‌ ଭ୍ୟୁ ଫ୍ରଣ୍ଟ୍‌

ଛତ୍ରପୁର,୭।୩(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ହୁମୁରୀ ତାମ୍ପରା ପର୍ଯ୍ୟଟନ କ୍ଷେତ୍ରକୁ ନୂତନ ରୂପ ମିଳିଛି। ତାମ୍ପରା ଲେକ୍‌ ଭିୟୁ ଫ୍ରଣ୍ଟ୍‌ ପର୍ଯ୍ୟଟକଙ୍କ ପାଇଁ ଟ୍ରାଏଲ ବେସିସ୍‌ରେ ଶନିବାର ଖୋଲାଯାଇଛି। ଶୁଭାରମ୍ଭ କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଡିଆରଡିଏ ପିଡି ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ବ୍ରହ୍ମପୁର ଉପଜିଲାପାଳ ପ୍ରମୁଖ ଯୋଗ ଦେଇଥିଲେ। ମଙ୍ଗଳବାରରୁ ପାର୍କିଂ ଓ ଏହା ମଧ୍ୟକୁ ପ୍ରବେଶ ପାଇଁ ଶୁଳ୍କ ଲାଗିବ। ଏଥିଲାଗି ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯାଇଛି। ଏହା ପରିସର ସଫା ରଖିବା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି। ଡିଆରଡିଏ ଅଧୀନରେ ଥିବା ଗେଷ୍ଟ ହାଉସ୍‌ ଓ ପୂର୍ବରୁ ଥିବା ବୋଟ୍‌ କ୍ଲବଠାରୁ ଏବେର ତାମ୍ପରା ପର୍ଯ୍ୟଟନ କ୍ଷେତ୍ର ପର୍ଯ୍ୟନ୍ତ ସୌନ୍ଦର୍ଯ୍ୟକରଣ, ପାର୍କ, ଆଲୋକୀକରଣ ବ୍ୟବସ୍ଥା କରାଯାଇଛି। ଏଥିସହ ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ହ୍ରଦ ନିକଟରେ ପାଣି, ଟଏଲେଟ୍‌ କମ୍ପ୍ଲେକ୍ସ ଓ ସ୍ନାକ୍ସବାର ଖୋଲାଯାଇଛି। ବର୍ତ୍ତମାନ ତାମ୍ପରାରେ ୱାଟର ସ୍ପୋଟର୍‌ସ ଓ ବୋଟିଂ ବ୍ୟବସ୍ଥା ପବ୍ଲିକ୍‌ ପ୍ରାଇଭେଟ୍‌ ପାର୍ଟନରଶିପ(ପିପିପି)ରେ ଚାଲିଛି। ଏବେ ଏହି ପର୍ଯ୍ୟଟନ କ୍ଷେତ୍ରରେ ତାମ୍ପରା ଲେକ୍‌ ଭିୟୁ ଫ୍ରଣ୍ଟ ଯୋଡି ହୋଇଛି। ଏହା ପର୍ଯ୍ୟଟକଙ୍କୁ ଅଧିକ ଆକୃଷ୍ଟ କରିବ ବୋଲି କୁହାଯାଇଛି। ଏହି ନୂତନ ବ୍ୟବସ୍ଥା ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ କରାଯାଇଛି। ରାଜ୍ୟ ସରକାର ତାମ୍ପରାକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେଇଥିବାବେଳେ କେନ୍ଦ୍ର ସରକାର ମଧ୍ୟ ଏଥିପାଇଁ ଅନୁଦାନ ଦେଇଛନ୍ତି। ଅଗସ୍ତି ନୂଆଗଁାରୁ ଆର୍ଯ୍ୟପଲ୍ଲୀ ପର୍ଯ୍ୟନ୍ତ ତାମ୍ପରା ହ୍ରଦର ଓସାର ୧.୨୫ କି.ମି. ଓ ଗଭୀର ୧୪ ଫୁଟ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

ଛାତିରେ ହେଲା ଯନ୍ତ୍ରଣା, ଡାକ୍ତରଖାନା ନେବା ପରେ…

ଗଞ୍ଜାମ,୨୬ା୮(ବିଦ୍ୟାଧର ସାହୁ): ହୁମ୍ମା ଅଞ୍ଚଳର ଜଣେ ଧର୍ମପରାୟଣ ବ୍ୟକ୍ତିଙ୍କ ବିୟୋଗ ଘଟିଛ। ସେ ହେଲେ ହୁମା ଗୋପୀନାଥ ସାହିର ବାବାଜୀ ସାହୁ l ଜଣେ ଶାନ୍ତ ସରଳ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri