ସମସ୍ୟା ଘେରରେ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ଟାଙ୍ଗୀ,୨୮ା୪(ରଘୁନାଥ ସାହୁ)ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଟାଙ୍ଗୀ ବ୍ଲକ ଅନ୍ତର୍ଗତ ୨୬ ପଞ୍ଚାୟତ, ଚିଲିକା ବ୍ଲକ ଅନ୍ତର୍ଗତ ୫ ପଞ୍ଚାୟତ ଓ ରଣପୁର ବ୍ଲକ ଅନ୍ତର୍ଗତ ୫ ପଞ୍ଚାୟତର ଜନସାଧାରଣ ନିର୍ଭର କରିଥାନ୍ତି। ପ୍ରତ୍ୟେକ ଦିନ ଏହି ସ୍ବାସ୍ଥ୍ୟକେନ୍ଦ୍ରକୁ ୪ଶହରୁ ଊଦ୍ଧର୍‌ବ ରୋଗୀ ଆସୁଥିବା ଜଣାଯାଏ। ଏହି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧୀନରେ ୭ଟି ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଓ ୨୪ଟି ଉପ ସ୍ବାସ୍ଥ୍ୟକେନ୍ଦ୍ର ରହିଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ମାତୃ ଓ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ର ରହିଛି। ମା ଓ ଶିଶୁର ଯତ୍ନ ପାଇଁ ୧୫ଟି ଲେଖାଏ ମୋଟ ୩୦ଟି ବେଡ୍‌ ରହିଛି। ପ୍ରତି ମାସରେ ପ୍ରାୟ ୧୫୦ଜଣ ପ୍ରସୂତି ପ୍ରସବ ପାଇଁ ଏଠାକୁ ଆସିଥାନ୍ତି। ସ୍ତ୍ରୀ ରୋଗ ବିଶେଷଜ୍ଞ ଥିଲେ ମଧ୍ୟ ନିଶ୍ଚେତକ ବିଶେଷଜ୍ଞ ଅଭାବ ଦର୍ଶାଇ ସିଜରିଆନ କେସଗୁଡିକ ଏଠାରେ ନ କରାଯାଇ ବାହାରକୁ ପଠାଯାଉଥିବା ଅଭିଯୋଗ ହେଉଛି। ସେହିପରି ଏକ ନୂତନ ଅଲଟ୍ରାସାଉଣ୍ଡ ମେଶିନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଫଳରେ ରୋଗୀମାନେ ବାହାରେ ଖର୍ଚ୍ଚାନ୍ତ ହୋଇ ଅଲଟ୍ରାସାଉଣ୍ଡ କରୁଛନ୍ତି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସୁପରିଚାଳନା କରିବା ପାଇଁ ସୁପରିଣ୍ଟେଣ୍ଡେଣ୍ଟଙ୍କ ଆବଶ୍ୟକ ଥିବା ବେଳେ ଏହି ପଦବୀ ଦୀର୍ଘ ବର୍ଷ ହେବ ଖାଲିପଡ଼ିଛି। ସେହିପରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପ୍ରଶାସନିକ ପରିଚାଳନା ପାଇଁ ବ୍ଲକ ପବ୍ଲିକ ହେଲ୍‌ଥ ଅଫିସର ପଦବୀ ସୃଷ୍ଟି ହୋଇଥିଲେ ମଧ୍ୟ ଏହି ପଦବୀ ପୂରଣ କରାଯାଇନାହିଁ। ବିଶେଷଜ୍ଞ ଡାକ୍ତର ମେଡିସିନ ଓ ସର୍ଜରୀ ପଦବୀ ସୃଷ୍ଟି ହୋଇଥିଲେ ମଧ୍ୟ ଏହି ପଦବୀରେ ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦିଆଯାଉନାହିଁ। ଡା. ସତ୍ୟ ରଞ୍ଜନ ନନ୍ଦ ସୁପରିଣ୍ଟେଣ୍ଡେଣ୍ଟ ଦାୟିତ୍ୱରେ ଅଛନ୍ତି। ଡାକ୍ତରମାନେ ସପ୍ତାହକୁ ପାଳି କରି ମାତ୍ର ଦୁଇଦିନ କାମ କରି ଭୁବନେଶ୍ୱର ପଳାଇଯାଉଥିବା ଅଭିଯୋଗ ହେଉଛି। ଏମ୍ସର ଡାକ୍ତରୀ ଛାତ୍ରମାନଙ୍କ ଭରସାରେ ଏହି ସ୍ବାସ୍ଥ୍ୟକେନ୍ଦ୍ର ଚାଲିଛି। ପୂର୍ବରୁ କର୍ମଚାରୀ ଓ ଡାକ୍ତରଙ୍କ ପାଇଁ ବାଇଓମେଟ୍ରିକ ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ତାହା ଅଚଳ ହୋଇପଡ଼ିଛି। ବିଭିନ୍ନ ସମୟରେ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ କାର୍ଯ୍ୟରତ ଡାକ୍ତରଙ୍କୁ ଡେପୁଟେସନରେ ଅଣାଯାଇ ଏଠାରେ କାର୍ଯ୍ୟ କରାଉଛନ୍ତି। ଫଳରେ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଅଞ୍ଚଳର ଜନସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଖାଲିପଡ଼ିଥିବା ପଦବୀ ପୂରଣ ଓ ବାଇଓମେଟ୍ରିକ ବ୍ୟବସ୍ଥାକୁ ସଚଳ କରିବା କରିବା ପାଇଁ ସ୍ଥାନୀୟ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?