ଟାଙ୍ଗିଆରେ ବୃଦ୍ଧଙ୍କୁ ହାଣି ହତ୍ୟା

କୋରାପୁଟ,୨।୪(ସ୍ବ.ପ୍ର.): କୋରାପୁଟ ସହରର ସୁନାରି ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ପଡ଼ୋଶୀ ସ୍ବାମୀ-ସ୍ତ୍ରୀଙ୍କ କଳହ ମଧ୍ୟରେ ମଧ୍ୟସ୍ଥ ହୋଇ ଆକ୍ରମଣର ଶିକାର ହୋଇଛନ୍ତି ଜଣେ ବୃଦ୍ଧ। ଅଭିଯୁକ୍ତଙ୍କ ଟାଙ୍ଗିଆ ଚୋଟରେ ୭୦ ବର୍ଷୀୟ ବୃଦ୍ଧ ରାମ ପ୍ରସାଦଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି।
ଖବର ପାଇ କୋରାପୁଟ ଟାଉନ ପୋଲିସ ପହଞ୍ଚି ଅଭିଯୁକ୍ତ ଡମ୍ବୁ ସାକିଆ(୩୨)ଙ୍କୁ ଗିରଫ କରିଛି। ଏପରିକି ପୋଲିସ ହତ୍ୟାକାଣ୍ଡରେ ବ୍ୟବହୃତ ଟାଙ୍ଗିଆ ଜବତ କରିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ପୋଲିସ ସାଇଣ୍ଟିଫିକ ଟିମ୍‌ ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ତଦନ୍ତ ପରେ ହତ୍ୟାର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି କୋରାପୁଟ ଟାଉନ ଥାନା ଆଇଆଇସି ଧୀରେନ ପଟ୍ଟନାୟକ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ମୃତ ବୃଦ୍ଧ ଜଣକ କୋରାପୁଟ ବସ୍‌ ଷ୍ଟାଣ୍ଡରେ ଚଣା ବ୍ୟବସାୟ କରି ପରିବାର ପ୍ରତିପୋଷଣ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri