ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ ବୋଝେଇ ଟ୍ୟାଙ୍କର ୩ଟି ଘର ଉପରେ ଓଲଟି ପଡ଼ିଥିବା ବେଳେ ତିନୋଟି ପରିବାରର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏହି ବକ୍ସାଇଟ ବୋଝେଇ ଟ୍ୟାଙ୍କର ବିଶାଖାପାଟଣାଠାରୁ ଝାରସୁଗୁଡା ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।
ଟ୍ୟାଙ୍କରଟି କିଭଳି ଓ କେଉଁ ପରିସ୍ଥିତିରେ ଦୁର୍ଘଟଣା  ଘଟାଇଲା କେହି ଜାଣି ନ ଥିବା ବେଳେ ଭୋର ସମୟ ହୋଇଥିବାରୁ ଡ୍ରାଇଭର ଆଖି ଲାଗିଯାଇଥିବା ହେତୁ ଅଳ୍ପ ବୁଲାଣି ଥିବାରୁ ଭାରସାମ୍ୟ ହରାଇ ଥିବା ନେଇ ଅନୁମାନ କରାଯାଉଛି। ତେବେ ଏହି ଦୁର୍ଘଟଣାରେ ତିନୋଟି ଘରର କାନ୍ଥ ଓ ଆଜବେଷ୍ଟ ଓ ଆସବାବପତ୍ର ଭାଙ୍ଗି ନଷ୍ଟ ହୋଇଯାଇଛି। ସେହି ଘରରେ ଦୁଇଟି ବାଇକ ମଧ୍ୟ ଥିଲା ବାଇକ ଗୁଡିକ ମଧ୍ୟ ସାମାନ୍ୟ ଭାଙ୍ଗିଥିବା ଜଣାପଡିଥିବା ବେଳେ ଡ୍ରାଇଭର ଆହତ ହୋଇଥିବା ଜଣାପଡିଛି। ଘଟଣା ପରେ ମୁନିଗୁଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିବା ସହ ତଦନ୍ତ ଜାରିରଖିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri