Posted inଜାତୀୟ

ଟେମ୍ପୋକୁ ଧକ୍କାଦେଲା ଟ୍ୟାଙ୍କର, ୧୨ ମୃତ, ଘନ କୁହୁଡ଼ି ଦୁର୍ଘଟଣାର କାରଣ…

ଶାହାଜାହାନପୁର,୨୫।୧ : ଗୁରୁବାର ସକାଳେ ଉତ୍ତରପ୍ରଦେଶର ଶାହାଜାହାନପୁର ଜିଲାରେ ଘଟିଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି। ଘନ କୁହୁଡ଼ି ଯୋଗୁଁ ଏହି ଦୁର୍ଘଟଣା ଘଟିଛି। ଏକ ଟ୍ୟାଙ୍କର ଆଲ୍ଲାହାଗଞ୍ଜ ପୋଲିସ ଷ୍ଟେଶନ ଅଞ୍ଚଳରେ ଟେମ୍ପୋକୁ ଧକ୍କା ଦେଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି। ଏହି ଘଟଣା ସେହରା ମାଉ ସାଉଥ ପୋଲିସ ଷ୍ଟେଶନ ଅଞ୍ଚଳରେ ଘଟିଛି।

ଏହି ଦୁର୍ଘଟଣାର ସମସ୍ତ ଯାତ୍ରୀ ଘାଟିଆ ଘାଟ ଗଙ୍ଗାରେ ଗାଧୋଇବାକୁ ଜିଲାର ମଦନାପୁର ପୋଲିସ ଷ୍ଟେଶନ ଅଞ୍ଚଳର ଦମଗଢ଼ା ଗ୍ରାମରୁ ଯାତ୍ରା ଆରମ୍ଭ କରିଥିଲେ। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଏସପି ଅଶୋକ କୁମାର ମୀନା ଘଟଣାସ୍ଥଳରେ ପହଞ୍ଚିଥିଲେ। ସୁରେଶ କାଶ୍ୟପ ତାଙ୍କ ପରିବାର ସଦସ୍ୟଙ୍କୁ ନିଜ ଟେମ୍ପୋରେ ଗାଙ୍ଗରେ ଗାଧୋଇବାକୁ ନେଇ ଯାଉଥିଲେ। ଏହି ସମୟରେ ଟ୍ୟାଙ୍କର ଆଲ୍ଲାହାଗଞ୍ଜ ରୋଡ ନିକଟରେ ଟେମ୍ପୋକୁ ଧକ୍କା ଦେଇଥିଲା।
ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ଏହା ସହିତ ଅଧିକାରୀମାନଙ୍କୁ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାରପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମୃତକଙ୍କ ପରିବାରକୁ ଭେଟି ସେମାନଙ୍କୁ ସମବେଦନା ଜଣାଇବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି॥


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri