ଝାରସୁଗୁଡ଼ା ଉପନିର୍ବାଚନ: ଟଙ୍କଧର ଭାଜପା ପ୍ରାର୍ଥୀ

ଭୁବନେଶ୍ୱର, ୧୨।୪(ବ୍ୟୁରୋ)-ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବୁଧବାର ବିଳମ୍ବିତ ସନ୍ଧ୍ୟାରେ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ରାଜ୍ୟ ଯୁବମୋର୍ଚ୍ଚାର ପୂର୍ବତନ ସଭାପତି ଟଙ୍କଧର ତ୍ରିପାଠୀଙ୍କୁ ଟିକେଟ ପ୍ରଦାନ କରାଯାଇଛି। ଭାଜପା ରାଷ୍ଟ୍ରୀୟ ମହାସଚିବ ତଥା ମୁଖ୍ୟାଳୟ ପ୍ରଭାରୀ ଅରୁଣ ସିଂ ଏହି ଘୋଷଣା କରିଛନ୍ତି। ଟଙ୍କଧର ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଭାବେ ଦୀର୍ଘଦିନ ହେଲା ଦାୟିତ୍ୱରେ ରହିଥିବାବେଳେ ତାଙ୍କ ଉପରେ ଭରସା କରିଛନ୍ତି ଦଳୀୟ ନେତୃବୃନ୍ଦ। ଏଥିପୂର୍ବରୁ ବିଜେଡି ସ୍ବର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସ ଏବଂ କଂଗ୍ରେସ ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ପୁଅ ତରୁଣ ପାଣ୍ଡେଙ୍କୁ ପାର୍ଥୀ କରିଥିଲା।
ସୂଚନାଯୋଗ୍ୟ, ଆସନ୍ତା ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ ଲାଗି ମତଦାନ ଅନୁଷ୍ଠିତ ହେବ। ୧୩ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଏଥିପୂର୍ବରୁ ଗୁରୁବାର (୧୩ ତାରିଖ) ଉପନିର୍ବାଚନକୁ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବାବେଳେ ୨୦ ତାରିଖ ନାମାଙ୍କନ ଦାଖଲର ଶେଷଦିନ ରହିଛି। ୨୧ ପ୍ରାର୍ଥତ୍ପତ୍ର ଯାଞ୍ଚ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri