ଝାରସୁଗୁଡ଼ା ଉପନିର୍ବାଚନ: ଟଙ୍କଧର ଭାଜପା ପ୍ରାର୍ଥୀ

ଭୁବନେଶ୍ୱର, ୧୨।୪(ବ୍ୟୁରୋ)-ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବୁଧବାର ବିଳମ୍ବିତ ସନ୍ଧ୍ୟାରେ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ରାଜ୍ୟ ଯୁବମୋର୍ଚ୍ଚାର ପୂର୍ବତନ ସଭାପତି ଟଙ୍କଧର ତ୍ରିପାଠୀଙ୍କୁ ଟିକେଟ ପ୍ରଦାନ କରାଯାଇଛି। ଭାଜପା ରାଷ୍ଟ୍ରୀୟ ମହାସଚିବ ତଥା ମୁଖ୍ୟାଳୟ ପ୍ରଭାରୀ ଅରୁଣ ସିଂ ଏହି ଘୋଷଣା କରିଛନ୍ତି। ଟଙ୍କଧର ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଭାବେ ଦୀର୍ଘଦିନ ହେଲା ଦାୟିତ୍ୱରେ ରହିଥିବାବେଳେ ତାଙ୍କ ଉପରେ ଭରସା କରିଛନ୍ତି ଦଳୀୟ ନେତୃବୃନ୍ଦ। ଏଥିପୂର୍ବରୁ ବିଜେଡି ସ୍ବର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସ ଏବଂ କଂଗ୍ରେସ ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ପୁଅ ତରୁଣ ପାଣ୍ଡେଙ୍କୁ ପାର୍ଥୀ କରିଥିଲା।
ସୂଚନାଯୋଗ୍ୟ, ଆସନ୍ତା ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ ଲାଗି ମତଦାନ ଅନୁଷ୍ଠିତ ହେବ। ୧୩ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଏଥିପୂର୍ବରୁ ଗୁରୁବାର (୧୩ ତାରିଖ) ଉପନିର୍ବାଚନକୁ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବାବେଳେ ୨୦ ତାରିଖ ନାମାଙ୍କନ ଦାଖଲର ଶେଷଦିନ ରହିଛି। ୨୧ ପ୍ରାର୍ଥତ୍ପତ୍ର ଯାଞ୍ଚ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?