କାଲି ଟ୍ରଲର ଆଜି ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ, ଯାତାୟତ ବାଧାପ୍ରାପ୍ତ

ରାୟଗଡ଼ା,୨୭।୨(ଆଶିଷ ରଞ୍ଜନ ପଣ୍ଡା): ଲୋକଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି କରିବା ସହିତ ଦିନକୁ ଦିନ ବିପଦଜନକ ହୋଇପଡିଛି ରାୟଗଡ଼ା – କୋରାପୁଟ ୩୨୬ ନଂ ଜାତୀୟ ରାଜପଥ ମୁଖ୍ୟ ରାସ୍ତାରେ ରହିଥିବା ରାୟଗଡ଼ା ବ୍ଳକର ଗୁମ୍ମା ଘାଟି। ଏହି ରାସ୍ତାରେ ବିଳମ୍ବିତ ରାତିରୁ ଏକ ଆଲୁମିନିୟମ ବୋଝେଇ ଟ୍ୟାଙ୍କର ଧକ୍କା ଦେବାରୁ ପୁଣି ଥରେ ରାସ୍ତା ଜାମ ରହିଥିବା ଦେଖିବାକୁ ମିଳିଛି। ଫଳରେ ରାୟଗଡ଼ା ଠାରୁ କାଶିପୁର, ଟିକିରି ସମେତ କୋରାପୁଟ ଜିଲା ନାରାୟଣପାଟଣା, ବନ୍ଧୁଗାଁ, ଲକ୍ଷ୍ମୀପୁର, କାକିରିଗୁମା, କୋରାପୁଟ ଆଦି ଅଂଚଳକୁ ମୋଟରସାଇକେଲ, କାର, ବସ ଆଦି ଯାତାୟାତ କରୁଥିବା ଯାତ୍ରୀମାନେ ଅଟକି ରହିଛନ୍ତି। ଏଭଳିକି ଦଶମ ଶ୍ରେଣୀ ପରୀକ୍ଷା ପାଇଁ ନିକଟସ୍ଥ ପରୀକ୍ଷା କେନ୍ଦ୍ରକୁ ଯିବାକୁ ମଧ୍ୟ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଛାତ୍ରୀଛାତ୍ର ଓ ଶିକ୍ଷକ ଶିକ୍ଷୟତ୍ରୀ ମାନେ । ଗୁମ୍ମା ଘାଟିରେ ଏହିଭଳି ଗାଡି ଦୁର୍ଘଟଣା ଘଟି ରାସ୍ତା ଜାମ ରହୁଥିଲେ ମଧ୍ୟ ଏହାର ସ୍ଥାୟୀ ସମାଧାନ ପାଇଁ କୌଣସି ବ୍ୟବସ୍ଥା କରାଯାଉନାହିଁ। ଫଳରେ ଅଞ୍ଚଳରେ ଉଦବେଗ ପ୍ରକାଶ ପାଇଛି।

ପ୍ରକାଶ ଥାଉକି, ଗୁମ୍ମା ଘାଟିରେ ବୁଲାଣିରେ ବୁଧବାର ଗୋଟିଏ ଟ୍ରଲର ଓଲଟିଯିବାରୁ ଦୀର୍ଘ ୮ ଘଣ୍ଟା ଧରି ରାୟଗଡା କୋରାପୁଟ ୩୨୬ ନଂ ଜାତୀୟ ରାଜପଥ ରାସ୍ତା ଜାମ ହୋଇଥିଲା। ଏକ ବଡ଼ ଟ୍ରଲର ଟ୍ରାନ୍ସଫର୍ମର ଧରି ଯାଉଥିବା ବେଳେ ଓଲଟି ପଡିଥିଲା । ଓଲଟି ଯିବାରୁ ରାସ୍ତାରେ ଯାତାୟାତ ସମ୍ପୂର୍ଣ ବାଧାପ୍ରାପ୍ତ ହୋଇଥିଲା । ଫଳରେ ରାସ୍ତାର ଉଭୟ ପାଶର୍‌ବରେ ଶତାଧିକ ଟ୍ରକ ଓ ଯାତ୍ରୀବାହୀ ବସ ଅଟକି ରହିଥିଲା। ବୁଧବାର ଶିବରାତ୍ରୀ ହୋଇଥିବାରୁ ଶ୍ରଦ୍ଧାଳୁ ମାନେ ଓ ଯାତ୍ରୀ ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri