କାଲି ଟ୍ରଲର ଆଜି ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ, ଯାତାୟତ ବାଧାପ୍ରାପ୍ତ

ରାୟଗଡ଼ା,୨୭।୨(ଆଶିଷ ରଞ୍ଜନ ପଣ୍ଡା): ଲୋକଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି କରିବା ସହିତ ଦିନକୁ ଦିନ ବିପଦଜନକ ହୋଇପଡିଛି ରାୟଗଡ଼ା – କୋରାପୁଟ ୩୨୬ ନଂ ଜାତୀୟ ରାଜପଥ ମୁଖ୍ୟ ରାସ୍ତାରେ ରହିଥିବା ରାୟଗଡ଼ା ବ୍ଳକର ଗୁମ୍ମା ଘାଟି। ଏହି ରାସ୍ତାରେ ବିଳମ୍ବିତ ରାତିରୁ ଏକ ଆଲୁମିନିୟମ ବୋଝେଇ ଟ୍ୟାଙ୍କର ଧକ୍କା ଦେବାରୁ ପୁଣି ଥରେ ରାସ୍ତା ଜାମ ରହିଥିବା ଦେଖିବାକୁ ମିଳିଛି। ଫଳରେ ରାୟଗଡ଼ା ଠାରୁ କାଶିପୁର, ଟିକିରି ସମେତ କୋରାପୁଟ ଜିଲା ନାରାୟଣପାଟଣା, ବନ୍ଧୁଗାଁ, ଲକ୍ଷ୍ମୀପୁର, କାକିରିଗୁମା, କୋରାପୁଟ ଆଦି ଅଂଚଳକୁ ମୋଟରସାଇକେଲ, କାର, ବସ ଆଦି ଯାତାୟାତ କରୁଥିବା ଯାତ୍ରୀମାନେ ଅଟକି ରହିଛନ୍ତି। ଏଭଳିକି ଦଶମ ଶ୍ରେଣୀ ପରୀକ୍ଷା ପାଇଁ ନିକଟସ୍ଥ ପରୀକ୍ଷା କେନ୍ଦ୍ରକୁ ଯିବାକୁ ମଧ୍ୟ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଛାତ୍ରୀଛାତ୍ର ଓ ଶିକ୍ଷକ ଶିକ୍ଷୟତ୍ରୀ ମାନେ । ଗୁମ୍ମା ଘାଟିରେ ଏହିଭଳି ଗାଡି ଦୁର୍ଘଟଣା ଘଟି ରାସ୍ତା ଜାମ ରହୁଥିଲେ ମଧ୍ୟ ଏହାର ସ୍ଥାୟୀ ସମାଧାନ ପାଇଁ କୌଣସି ବ୍ୟବସ୍ଥା କରାଯାଉନାହିଁ। ଫଳରେ ଅଞ୍ଚଳରେ ଉଦବେଗ ପ୍ରକାଶ ପାଇଛି।

ପ୍ରକାଶ ଥାଉକି, ଗୁମ୍ମା ଘାଟିରେ ବୁଲାଣିରେ ବୁଧବାର ଗୋଟିଏ ଟ୍ରଲର ଓଲଟିଯିବାରୁ ଦୀର୍ଘ ୮ ଘଣ୍ଟା ଧରି ରାୟଗଡା କୋରାପୁଟ ୩୨୬ ନଂ ଜାତୀୟ ରାଜପଥ ରାସ୍ତା ଜାମ ହୋଇଥିଲା। ଏକ ବଡ଼ ଟ୍ରଲର ଟ୍ରାନ୍ସଫର୍ମର ଧରି ଯାଉଥିବା ବେଳେ ଓଲଟି ପଡିଥିଲା । ଓଲଟି ଯିବାରୁ ରାସ୍ତାରେ ଯାତାୟାତ ସମ୍ପୂର୍ଣ ବାଧାପ୍ରାପ୍ତ ହୋଇଥିଲା । ଫଳରେ ରାସ୍ତାର ଉଭୟ ପାଶର୍‌ବରେ ଶତାଧିକ ଟ୍ରକ ଓ ଯାତ୍ରୀବାହୀ ବସ ଅଟକି ରହିଥିଲା। ବୁଧବାର ଶିବରାତ୍ରୀ ହୋଇଥିବାରୁ ଶ୍ରଦ୍ଧାଳୁ ମାନେ ଓ ଯାତ୍ରୀ ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

କେରଳରେ ବାଇକ ଦୁର୍ଘଟଣାରେ ଦାରିଙ୍ଗବାଡି ଯୁବକଙ୍କ ମୃତ୍ୟୁ, ମୃତଦେହ ଆଣିବାକୁ ପରିବାର ଚିନ୍ତାରେ

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଚାଲିଯାଇଛି ଯୁବକଙ୍କ ଜୀବନ।କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦନେକବାଡି ପଞ୍ଚାୟତ କୁପିବାଡି ଗ୍ରାମର ହେରାର୍ଦ…

ଦିନକ ପରେ ଦୋଳ ଯାତ୍ରା: ଗଞ୍ଜାମ ପୋଲିସର କଡ଼ା ତାଗିଦ, ରାସ୍ତାରେ ହୋର୍ଡିଂ କିମ୍ବା ବାଇକ୍‌ ରଖିଲେ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ): ଦିନକ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ପ୍ରସିଦ୍ଧ ଦୋଳ ଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇ ପଡ଼ିଛି ସମଗ୍ର ସାହି ଓ ସହର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri