ଫ୍ଲାଏ ଓଭରରୁ ତଳକୁ ଖସିଲା ଟ୍ୟାଙ୍କର, ବିଚ୍‌ ରାସ୍ତାରେ ହେଲା…

ରାୟଗଡ଼ା,୪ା୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ମଧ୍ୟ ଦେଇ ଯାଇଥିବା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ପୁରୁଣା ତଥା ଏକମାତ୍ର ଫ୍ଲାଏ ଓଭର ଉପରେ ଭାରସାମ୍ୟ ହରାଇ ତଳକୁ ଓଲଟି ପଡ଼ିଛି ଏକ ଟ୍ୟାଙ୍କର। ଏହି ଟ୍ୟାଙ୍କର ଓଲୋଟି ପଡ଼ିବାରୁ ଫ୍ଲାଏ ଓଭରର ପାର୍ଶ୍ୱ ପାଚେରି ଭାଙ୍ଗି ଯାଇଛି। ତେବେ ତଳେ ବେଆଇନ ଭାବେ ବସିଥିବା ବଜାର ସମ୍ପୂର୍ଣ୍ଣ। ନଷ୍ଟ ହୋଇଯାଇଥିବା ବେଳେ ଧନଜୀବନ ସୁରକ୍ଷିତ ରହିଛି। ଟ୍ୟାଙ୍କର ଓଲଟି ପଡ଼ିବା ପରେ ଡ୍ରାଇଭର ସେଠାରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଘଟଣାରୁ ପ୍ରକାଶ ଯେ, କୋରାପୁଟ ରାସ୍ତାରୁ ବ୍ରହ୍ମପୁର ରାସ୍ତାରେ ଫେରୁଥିବା ଏକ ଖାଲି ଟ୍ୟାଙ୍କର ସହରର ଜାତୀୟ ରାଜପଥ କଡ଼ରେ ଥିବା ଫ୍ଲାଏ ଓଭର ଉପର ଦେଇ ଯାଉଥିଲା। ଏହି ସମୟରେ ଡ୍ରାଇଭର ଭାରସାମ୍ୟ ହରାଇବାରୁ ଟ୍ୟାଙ୍କର ଓଲଟି ତଳେ ସହର ମଝିରେ ପଡ଼ିଯାଇଛି। ଖବର ପାଇ ରାୟଗଡ଼ା ଟାଉନ ଥାନା ଆଇଆଇସି କେକେବିଜେ କହଁର ଦମକଳ ବାହିନୀକୁ ସୂଚନା ଦେବା ସହ ତୁରନ୍ତ ଘଟଣାସ୍ଥଳକୁ ପହଞ୍ଚିଥିଲେ। ଖବର ପାଇ ରାୟଗଡ଼ା ଏସ୍‌ଡିପିଓ ଗୌରୀ ଶଙ୍କର ସାହୁ ଓ ଅନ୍ୟାନ୍ୟ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଫ୍ଲାଏ ଓଭରରୁ ଟ୍ୟାଙ୍କର ଓଲଟି ପଡ଼ିବା ସମୟରେ ଏକ ସ୍କୁଟି ନଂ ଓଡ଼ି ୧୮ଏଲ ୦୯୪୭ ମଧ୍ୟ ତା’ ସହିତ ତଳକୁ ଟାଣି ହୋଇଯାଇଥିଲା। ତେବେ ସ୍କୁଟି ଚାଳକ ନିଜକୁ ସୁରକ୍ଷିତ ରଖିବା ପାଇଁ ସ୍କୁଟିରୁ ଡେଇଁ ପଡ଼ିଥିଲେ। ତେବେ ଏହି ଘଟଣାରେ କେହି ଆହତ ହୋଇନଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri