୨ ଭାଣିଜୀଙ୍କୁ ବୁଲେଟରେ ବସାଇ ଡ୍ରେସ୍ କିଣିବାକୁ ଯାଉଥିଲେ ମାମୁଁ: ଧକ୍କା ଦେଲା ଟ୍ୟାଙ୍କର୍: ଆଉ ତା’ପରେ…

ଦିଗପହଣ୍ଡି,୬/୬(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ନଂ ରାଜ୍ୟ ରାଜପଥର ବଜାଜ ଶୋ-ରୁମ ନିକଟରେ ଶୁକ୍ରବାର ଅପରାହ୍ନ ପ୍ରାୟ ୪ଟାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ତେଲ ବୋଝେଇ ଟ୍ୟାଙ୍କର ଟ୍ରକ୍ (ନଂ. ଓଆର ୦୫ ଏଟି-୫୭୪୫) ଦିଗପହଣ୍ଡି ଅଭିମୁଖେ ଆସୁଥିବା ବୁଲେଟ ମୋଟର ସାଇକେଲ (ନଂ. ଓଡ଼ି୦୭ ଏୱାଇ-୫୭୦୯) କୁ ମୁହାମୁହିଁ ଧକ୍କା ଦେବାରୁ ମାମୁଁ ଏବଂ ତାଙ୍କ ୨ ଭାଣିଜୀଙ୍କ ମୃତ୍ୟୁ ଘଟିଛି।ମୃତକମାନେ ହେଲେ ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗ୍ରାମର ଜି.ତ୍ରିନାଥ ରେଡ୍ଡୀ(୩୬)ଏବଂ ତାଙ୍କ ଭାଣିଜି ଦ୍ୱୟ ହେଲେ ବ୍ରହ୍ମପୁର ସଦର ଥାନା ଗୌତମୀ ଗ୍ରାମର ବର୍ଷା ରେଡ୍ଡୀ(୧୬),କବିସୂର୍ଯ୍ୟନଗର ଥାନା ପଥରା ଗ୍ରାମର ରୁଦ୍ରିକା ରେଡ୍ଡୀ(୫)

ବ୍ରହ୍ମପୁରରୁ କାମସାରି ବାଇକ (ନଂ. ଓଡ଼ି୦୭ ଜେଡ୍ -୮୧୫୬) ଯୋଗେ ଗଜପତି ଜିଲା ମୋହନା ଥାନା ଡେଙ୍ଗମା ଗ୍ରାମର ଭାସ୍କର ବିଷୋୟୀ(୫୨) ଗାଁକୁ ଫେରୁଥିବା ବେଳେ ଅସାବଧାନତା କାରଣରୁ ରାସ୍ତା ଉପରେ ଦୁର୍ଘଟଣାଗସ୍ତ ହୋଇ ପଡ଼ିଥିବା ବୁଲେଟକୁ ଧକ୍କା ଦେବାରୁ ସେ ରାସ୍ତା ଉପରେ କଚାଡ଼ି ହୋଇ ପଡ଼ିଯାଇ ଗୁରୁତର ଆହାତ ହୋଇଥିଲେ।ଖବରପାଇ ଦିଗପହଣ୍ଡି ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ପ୍ରଥମେ ସମସ୍ତ ଆହତମାନଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।ଉପସ୍ଥିତ ଡାକ୍ତର ତ୍ରିନାଥ ଏବଂ ତାଙ୍କ ୨ ଭାଣିଜୀଙ୍କୁ ମୃତ ଘୋଷଣା କରିଥଲେ।ଆହତ ଭାସ୍କରଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।ଏନେଇ ପୋଲିସ ମକଦ୍ଦମା ରୁଜୁ କରିବାସହ ଦୁର୍ଘଟଣା ଘଟାଇଥିବା ଟ୍ୟାଙ୍କର ଓ ୨ଟି ବାଇକ ଜବତ କରିଛନ୍ତି।ଟ୍ୟାଙ୍କର ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଭାଣିଜି ଦ୍ବୟ ପରିବାର ଲୋକଙ୍କ ସହ ମାମୁଁ ଘର ଗାଁ ଦକ୍ଷିଣପୁରକୁ ଏକ ଭୋଜି କାର୍ଯ୍ୟ ପାଇଁ ଆସିଥିଲେ। ଉଭୟଙ୍କ ପାଇ ନୂଆ ଡ୍ରେସ କିଣିବାକୁ ମାମୁଁ ତ୍ରିନାଥ ଦିଗପହଣ୍ଡି ଆସୁଥିବା ବେଳେ ଦୁର୍ଘଟଣା ଘଟିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି। ପୋଲିସ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରୁ ୩ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri