ଆମପାଣି ଘାଟିରେ ଓଲଟିଲା ପେଟ୍ରୋଲ ବୋଝେଇ ଟ୍ୟାଙ୍କର: ଯାତାୟାତକୁ ବନ୍ଦ କଲା ପ୍ରଶାସନ

କୋକସରା,୮।୧୨(ଡି.ଏନ୍‌.ଏ.): ୨୬ ନମ୍ବର ଜାତୀୟ ରାଜପଥ କଳାହାଣ୍ଡି ଜିଲା ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟିରେ ଗୁରୁବାର ଏକ ପେଟ୍ରୋଲ ବୋଝେଇ ଟ୍ୟାଙ୍କର ଓଲଟି ପଡିଛି। ପାରାଦ୍ୱୀପରୁ ବୋରିଗୁମ୍ମା ଯାଉଥିବା ବେଳେ ଘାଟି ବୁଲାଣିରେ ଟ୍ୟାଙ୍କର(ନଂ.ଓଡି-୭୮୪୬) ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ପେଟ୍ରୋଲ ଏବଂ ଡିଜେଲ ଲିକ୍‌ ହେବାରୁ ସୁରକ୍ଷା ଦୃଷ୍ଟିରୁ ଆମପାଣି ପୋଲିସ, କୋକସରା ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ରାସ୍ତା ଅବରୋଧ କରି ଗାଡ଼ି ଚଳାଚଳକୁ ବନ୍ଦ କରାଯାଇଥିଲା। ଗାଡ଼ି ଡ୍ରାଇଭର ଶଙ୍କର ଚୌହାନ ଆହତ ହୋଇଥିବା ଜଣାପଡିଛି।

ଗୁରୁବାର ମଧ୍ୟାହ୍ନରେ ଏହି ଦୁର୍ଘଟଣା ଘଟିଥିବା ବେଳେ ସ୍ଥାନୀୟ ଆମପାଣି ପୋଲିସ ଏନେଇ ଜିଲା ପ୍ରଶାସନକୁ ଖବର ଦେଇଥିଲା। ଘଟଣାସ୍ଥଳରେ ଧର୍ମଗଡ଼ ଉପ ଜିଲାପାଳ ବେଦ ଭୂଷଣ, ଧର୍ମଗଡ଼ ଏସ୍‌ଡିପିଓ ଧିରଜ ଚୋପଦାର, କୋକସରା ତହସିଲଦାର ଦେବବ୍ରତ କରାଟି, ବିଡ଼ିଓ ଉତ୍ତମ କୁମାର ବାଗ, ଡେପୁଟି ଅଗ୍ନିଶମ ଅଧିକାରୀ, ଆମପାଣି ଥାନା ଅଧିକାରୀ ଚତୁର୍ଭୁଜ ନାଏକ, ରେଞ୍ଜର ଧର୍ମଗଡ଼ ଭବାନୀ ଶଙ୍କର କାଉର, ଭାରତ ପେଟ୍ରୋଲିୟମର ସେଲ ଅଫିସର ରାହୁଲ କୁମାର, କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ ଓ ବିଧାୟକ ପ୍ରତିନିଧି ମାନସ ରଞ୍ଜନ ବାଗ, ସରପଞ୍ଚ ପ୍ରତିନିଧି ମନୋରଞ୍ଜନ ବାଣୁଆ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ଟ୍ରାଫିକ ବ୍ୟବସ୍ଥା ସ୍ବଭାବିକ କରିବାକୁ ପାଇଁ ଉଦ୍ୟମ ଆରମ୍ଭ କରିଥିଲେ। ଓଲଟି ପଡିଥିବା ଟ୍ୟାଙ୍କରରେ ୪ ହଜାର ଲିଟର ଡିଜେଲ ଏବଂ ୮ ହଜାର ଲିଟର ପେଟ୍ରୋଲ ରହିଛି। ଅନ୍ୟପକ୍ଷେ ଡିଜେଲ, ପେଟ୍ରୋଲ ଲିକ୍‌ ହୋଇ ରାସ୍ତାରେ ନିର୍ଗତ ହେବାରୁ ସତର୍କ ଦୃଷ୍ଟିରୁ ଦୁର୍ଘଟଣା ସ୍ଥାନର ଦୁଇପଟୁ ଯାନବାହନ ସହ ଲୋକଙ୍କ ଯାତାୟାତକୁ ବାରଣ କରାଯାଇଛି। ହେଲେ ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri