ଟ୍ୟାଙ୍କର ଓଲଟି ଗ୍ୟାସ ଲିକ୍‌: ଗ୍ରାମବାସୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର

ଭବାନୀପାଟଣା,୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା-ରାୟପୁର ୧୬ନଂ. ରାଜ୍ୟ ରାଜପଥ ପାଷ୍ଟିପଡ଼ା ନିକଟରେ ରବିବାର ଭାରସାମ୍ୟ ହରାଇ ଏକ ଗ୍ୟାସ ଟ୍ୟାଙ୍କର ରାସ୍ତାପାର୍ଶ୍ୱକୁ ଓଲଟି ପଡିଥିଲା। ଫଳରେ ଟ୍ୟାଙ୍କରରୁ ଗ୍ୟାସ ଲିକ୍‌ ହେବା ଯୋଗୁ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ, ପୋଲିସ ଓ ପ୍ରଶାସନିକ ଅଧିକାରୀ ପହଞ୍ଚି ଘଟଣାର ଅନୁଧ୍ୟାନ କରୁଛନ୍ତି।
ଭବାନୀପାଟଣା-ରାୟପୁର ରାସ୍ତାରେ ଯାତାୟାତକୁ ବନ୍ଦ କରାଯାଇଥିବା ବେଳେ ଅଗ୍ନିଶମ କର୍ମଚାରୀ ଗ୍ୟାସ ଲିକ୍‌ ହେଉଥିବା ସ୍ଥାନକୁ କିଭଳି ବନ୍ଦ କରାଯିବ ସେ ନେଇ ଉଦ୍ୟମ ଆରମ୍ଭ କରିଛନ୍ତି। ଏପରିକି ଭାରତୀୟ ପେଟ୍ରୋଲର ଏକ ସ୍ବତନ୍ତ୍ର ଟିମ୍‌ ମଧ୍ୟ ଗ୍ୟାସ ଲିକ୍‌ ରୋକିବାକୁ ଉଦ୍ୟମ ଚଳାଇଛି। ଅନ୍ୟପକ୍ଷେ ସ୍ଥାନୀୟ ଲୋକଙ୍କୁ ଘରେ ରୋଷେଇ ବନ୍ଦ କରିବା ସହ ନିଆଁ ନ ଲଗାଇବାକୁ ପୋଲିସ ପକ୍ଷରୁ ପରାମର୍ଶ ଦିଆଯାଇଛି। ଦୁର୍ଘଟଣା ଘଟିଥିବା ସ୍ଥାନ କୁବୁଡି ଗାଁ ଲୋକଙ୍କୁ ପ୍ରଶାସନ ପକ୍ଷରୁ ସ୍ଥାନାନ୍ତର କରାଯାଇଛି। ଗାଁର ପାଖାପାଖି ୭୦ରୁ ଊଦ୍ଧର୍‌ବ ଲୋକଙ୍କୁ ଅନ୍ୟତ୍ର ପଠାଯାଇଛି। ଲୋକଙ୍କୁ ରିଲିଫ ଯୋଗାଇ ଦିଆଯାଇଥିବା ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ଗ୍ୟାସ ନିର୍ଗତ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ପ୍ରବଳ କୁହୁଡ଼ି ଯୋଗୁ ଏହି ଦୁର୍ଘଟଣା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri