Posted inଖେଳ

କ୍ରିକେଟରୁ ତନ୍ମୟ ଶ୍ରୀବାସ୍ତବଙ୍କ ଅବସର

ମୁମ୍ବାଇ, ୨୫ା୧୦ (ପି.ଟି.)- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ୨୦୦୮ ବିଜୟୀ ଦଳର ଅନ୍ୟତମ ବ୍ୟାଟ୍ସମ୍ୟାନ ତନ୍ମୟ ଶ୍ରୀବାସ୍ତବ ଶନିବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ୩୦ ବର୍ଷୀୟ ବାମହାତୀ ଖେଳାଳି କିନ୍ତୁ ତାଙ୍କ ଭବିଷ୍ୟତ ଯୋଜନା ସମ୍ପର୍କରେ କୌଣସି ସୂଚନା ଦେଇ ନାହାନ୍ତି। କାନପୁରରେ ଜନ୍ମଗ୍ରହଣ କରିଥିବା ତନ୍ମୟ କହିଛନ୍ତି, ଜୁନିୟର କ୍ରିକେଟ, ରଣଜୀ ଟ୍ରଫି ସ୍ତରରେ ନିଜ ସାମର୍ଥ୍ୟ ଅନୁସାରେ ସେ ସବୁକଛି ହାସଲ କରିପାରିଛନ୍ତି। ବିଶେଷ କରି ୨୦୦୮ରେ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ପ୍ରଭାବୀ ପ୍ରଦର୍ଶନ କରି ଦେଶକୁ କପ୍‌ ଆଣିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଥିଲା। କ୍ରିକେଟ କ୍ୟାରିୟରରେ ସହଯୋଗ ପାଇଁ ସେ ତାଙ୍କ କୋଚ୍‌, ଉତ୍ତରପ୍ରଦେଶ କ୍ରିକେଟ ପ୍ରଶାସନ, ପିତାମାତା ଓ ସ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ତନ୍ମୟ ୯୦ ପ୍ରଥମଶ୍ରେଣୀ ମ୍ୟାଚ୍‌ ଖେଳି ୧୦ ଶତକ ଓ ୨୭ ଅର୍ଦ୍ଧଶତକ ସହ ୪,୯୧୮ ରନ ସଂଗ୍ରହ କରିଥିଲେ। ହେଲେ ସେ ଜାତୀୟ ସିନିୟର ଦଳରେ ସ୍ଥାନ ପାଇ ପାରି ନ ଥିଲେ। ଘରୋଇ କ୍ରିକେଟରେ ସେ ଉତ୍ତର ପ୍ରଦେଶରୁ ପ୍ରତିନିଧିତ୍ୱ କରୁଥିଲେ। ପରେ ସେ ଉତ୍ତରାଖଣ୍ଡର ଅଧିନାୟକ ଭାବେ ଦାୟିତ୍ୱ ତୁଲାଇଥିଲେ। ମାଲେସିଆରେ ଅନୁଷ୍ଠିତ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ତନ୍ମୟ ଟୁର୍ନାମେଣ୍ଟର ଅଗ୍ରଣୀ ସ୍କୋରର ଥିଲେ। ସେ ୨୬୨ ରନ ସ୍କୋର କରିଥିଲେ। ଫାଇନାଲରେ ଭାରତୀୟ ଦଳକୁ ଜିତାଇବାରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା। ସେ ଏଥିରେ ୪୩ ରନ ସ୍କୋର କରିଥିଲେ। ୨୦୦୮ରେ ୧୯ ବର୍ଷରୁ କମ୍‌ ଦଳର ଅଧିନାୟକ ଥିଲେ ବର୍ତ୍ତମାନର ଭାରତ ଅଧିନାୟକ ବିରାଟ କୋହଲି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri