Posted inଖେଳ

କ୍ରିକେଟରୁ ତନ୍ମୟ ଶ୍ରୀବାସ୍ତବଙ୍କ ଅବସର

ମୁମ୍ବାଇ, ୨୫ା୧୦ (ପି.ଟି.)- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ୨୦୦୮ ବିଜୟୀ ଦଳର ଅନ୍ୟତମ ବ୍ୟାଟ୍ସମ୍ୟାନ ତନ୍ମୟ ଶ୍ରୀବାସ୍ତବ ଶନିବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ୩୦ ବର୍ଷୀୟ ବାମହାତୀ ଖେଳାଳି କିନ୍ତୁ ତାଙ୍କ ଭବିଷ୍ୟତ ଯୋଜନା ସମ୍ପର୍କରେ କୌଣସି ସୂଚନା ଦେଇ ନାହାନ୍ତି। କାନପୁରରେ ଜନ୍ମଗ୍ରହଣ କରିଥିବା ତନ୍ମୟ କହିଛନ୍ତି, ଜୁନିୟର କ୍ରିକେଟ, ରଣଜୀ ଟ୍ରଫି ସ୍ତରରେ ନିଜ ସାମର୍ଥ୍ୟ ଅନୁସାରେ ସେ ସବୁକଛି ହାସଲ କରିପାରିଛନ୍ତି। ବିଶେଷ କରି ୨୦୦୮ରେ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ପ୍ରଭାବୀ ପ୍ରଦର୍ଶନ କରି ଦେଶକୁ କପ୍‌ ଆଣିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଥିଲା। କ୍ରିକେଟ କ୍ୟାରିୟରରେ ସହଯୋଗ ପାଇଁ ସେ ତାଙ୍କ କୋଚ୍‌, ଉତ୍ତରପ୍ରଦେଶ କ୍ରିକେଟ ପ୍ରଶାସନ, ପିତାମାତା ଓ ସ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ତନ୍ମୟ ୯୦ ପ୍ରଥମଶ୍ରେଣୀ ମ୍ୟାଚ୍‌ ଖେଳି ୧୦ ଶତକ ଓ ୨୭ ଅର୍ଦ୍ଧଶତକ ସହ ୪,୯୧୮ ରନ ସଂଗ୍ରହ କରିଥିଲେ। ହେଲେ ସେ ଜାତୀୟ ସିନିୟର ଦଳରେ ସ୍ଥାନ ପାଇ ପାରି ନ ଥିଲେ। ଘରୋଇ କ୍ରିକେଟରେ ସେ ଉତ୍ତର ପ୍ରଦେଶରୁ ପ୍ରତିନିଧିତ୍ୱ କରୁଥିଲେ। ପରେ ସେ ଉତ୍ତରାଖଣ୍ଡର ଅଧିନାୟକ ଭାବେ ଦାୟିତ୍ୱ ତୁଲାଇଥିଲେ। ମାଲେସିଆରେ ଅନୁଷ୍ଠିତ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ତନ୍ମୟ ଟୁର୍ନାମେଣ୍ଟର ଅଗ୍ରଣୀ ସ୍କୋରର ଥିଲେ। ସେ ୨୬୨ ରନ ସ୍କୋର କରିଥିଲେ। ଫାଇନାଲରେ ଭାରତୀୟ ଦଳକୁ ଜିତାଇବାରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା। ସେ ଏଥିରେ ୪୩ ରନ ସ୍କୋର କରିଥିଲେ। ୨୦୦୮ରେ ୧୯ ବର୍ଷରୁ କମ୍‌ ଦଳର ଅଧିନାୟକ ଥିଲେ ବର୍ତ୍ତମାନର ଭାରତ ଅଧିନାୟକ ବିରାଟ କୋହଲି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri