‘ମୁଁ ଆତ୍ମହତ୍ୟା କରିବି ନାହିଁ’

ଅଭିନେତା ନାନା ପାଟେକରଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଭଳି ଗୁରୁତର ଅଭିଯୋଗ ଆଣିଥିବା ବଲିଉଡ ଅଭିନେତ୍ରୀ ତନୁଶ୍ରୀ ଦତ୍ତା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏଥର ସେ ସୋସିଆଲ ମିଡିଆରେ ଏକ ଲମ୍ବା ପୋଷ୍ଟ କରିଛନ୍ତି ତାଙ୍କୁ ନିର୍ଯାତନା ଦିଆଯାଉଥିବା ଅଭିଯୋଗ କରିଛନ୍ତି। ବଲିଉଡ ମାଫିଆ, ରାଜନୀତି ସହ ଜଡିତ ଲୋକ ଏବଂ ଜାତୀୟ ବିରୋଧୀ ତ୍ତ୍ୱ ଯୋଗୁ ସେ ଅନେକ ଅସୁବିଧାରେ ପଡ଼ିଛନ୍ତି।
ତନୁଶ୍ରୀ ତାଙ୍କ ପୋଷ୍ଟରେ ଲେଖିଛନ୍ତି, ମୋତେ ବହୁତ ହଇରାଣ କରାଯାଉଛି ଏବଂ ଟାର୍ଗେଟ କରାଯାଉଛି। ଦୟାକରି କିଛି କରନ୍ତୁ! ସର୍ବପ୍ରଥମେ, ଗତ ବର୍ଷେ ମଧ୍ୟରେ ବଲିଉଡରେ ମୋର କାମ ବର୍ବାଦ କରିଦିଆଯାଇଥିଲା। ଏହା ପରେ ମୋ ପାଣିରେ ଔଷଧ ଏବଂ ଷ୍ଟେରଏଡ ମିଶ୍ରଣ ପାଇଁ ଏକ ମେଡ ପଠାଗଲା। ଏହି କାରଣରୁ ମୋତେ ଅନେକ ଗୁରୁତର ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଲା। ମୁଁ ମେ ମାସରେ ଉଜୈନ ଯାଇଥିଲି। ଦୁଇଥର ମୋ ଗାଡିର ବ୍ରେକ୍‌ ଫେଲ୍‌ କରିବାକୁ ଚେଷ୍ଟା କରାଗଲା। ଥରେ ମୁଁ ଦୁର୍ଘଟଣାର ଶିକାର ହୋଇଥିଲି। ପରେ ମୁମ୍ବାଇ ଫେରି ମୁଁ ମୋର କାମ ଆରମ୍ଭ କରିବାକୁ ଚେଷ୍ଟା କଲି। କିନ୍ତୁ ବର୍ତ୍ତମାନ ମୋ ବିଲ୍ଡିଂ ବାହାରେ ଅଜବ ଜିନିଷ ରଖାଯାଇଛି। ଏସବୁ ପଛରେ ‘ମିଠୁ’ ର ଅପରାଧୀ ଏବଂ କିଛି ଏନଜିଓ ଏହା ପଛରେ ଅଛନ୍ତି। କାନ ଖୋଲି ଶୁଣ। ମୁଁ କିନ୍ତୁ ଆତ୍ମହତ୍ୟା କରିବି ନାହିଁ। ଲଢିବି। ମୁଁ ଏଠାରେ ରହିବି ଏବଂ ମୋର ସାର୍ବଜନୀନ କ୍ୟାରିଅରକୁ ପୂର୍ବ ଅପେକ୍ଷା ଅଧିକ ଉଚ୍ଚତାକୁ ନେଇଯିବି।
ତନୁଶ୍ରୀ ୨୦୧୮ରେ ନାନା ପାଟେକରଙ୍କ ନାଁରେ ‘ମିଠୁ’ ଭଳି ଗୁରୁତର ଅଭିଯୋଗ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri