ତାଞ୍ଜାନିଆ ନିର୍ବାଚନ: ରାଷ୍ଟ୍ରପତି ଭାବେ ହାସନ ବିଜୟୀ

କାମ୍ପାଲା,୧ା୧୧: ତାଞ୍ଜାନିଆରେ ଅନୁଷ୍ଠିତ ବିବାଦୀୟ ନିର୍ବାଚନରେ ରାଷ୍ଟ୍ରପତି ସାମିଆ ସୁଲୁହୁ ହାସନ ୯୭ ପ୍ରତିଶତରୁ ଊର୍ଦ୍ଧ୍ୱ ଭୋଟ ପାଇ ବିଜୟୀ ହୋଇଛନ୍ତି। ସେ ପ୍ରଶାସନିକ ରାଜଧାନୀ ଡୋଡୋମାରେ ଏକ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନିର୍ବାଚନ କର୍ତ୍ତୃପକ୍ଷଙ୍କଠାରୁ ବିଜୟ ପ୍ରମାଣପତ୍ର ଗ୍ରହଣ କରିଛନ୍ତି। ଜଣେ ମହିଳା ନେତାଙ୍କ ସପକ୍ଷରେ ତାଞ୍ଜାନିଆ ଜନସାଧାରଣ ବହୁଳ ଭାବେ ଭୋଟ ଦେଇଥିବା ଫଳାଫଳରୁ ସ୍ପଷ୍ଟ ହୋଇଛି ବୋଲି ହାସନ କହିଛନ୍ତି। ଏବେ ଏକାଠି ହେବାର ସମୟ ଆସିଛି।

୬ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ମଧ୍ୟରେ ଆମେ ଯାହା ଗଢ଼ିଛେ, ତାକୁ ଧ୍ୱଂସ ହେବାକୁ ଦେବା ନାହିଁ। ଦେଶରେ ଶାନ୍ତି ସୁନିଶ୍ଚିତ କରିବା ଲାଗି ସୁରକ୍ଷା ବଳ ସହ ସାମିଲ ହୋଇ ସମସ୍ତ ଆବଶ୍ୟକ ପଦକ୍ଷେପ ନେବା ବୋଲି ରାଷ୍ଟ୍ରପତି କହିଛନ୍ତି। ସୂଚନାଯୋଗ୍ୟ, ତାଞ୍ଜାନିଆରେ ନିର୍ବାଚନୀ ଅନିୟମିତତାକୁ ନେଇ ବିକ୍ଷୋଭ ବେଳେ ୭୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା ବିରୋଧୀ ଦଳ ଦାବି କରିଥିଲା। ରାଷ୍ଟ୍ରପତି ହାସନ୍‌ଙ୍କ ୨ ବଡ଼ ଚ୍ୟାଲେଞ୍ଜରଙ୍କୁ ନିର୍ବାଚନୀ ଦୌଡ଼ରୁ ବାଦ୍‌ ଦିଆଯାଇଥିବାରୁ ଦେଶବ୍ୟାପୀ ଉତ୍ତେଜନା ଦେଖାଦେଇଥିଲା। ଉତ୍ତ୍ୟକ୍ତ ଲୋକେ ସରକାରୀ ଅଫିସ ଭଙ୍ଗାରୁଜା ଓ ଜଳାପୋଡ଼ା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…

କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ…

ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ

ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର…

ଗୁରୁବାର ଅନେକ ଟଙ୍କା ରୋଜଗାର କରିବେ ଏହି ୩ ରାଶିର ବ୍ୟକ୍ତି! କ୍ୟାରିୟରରେ ମିଳିବ….

ଗୁରୁବାର ଦିନଟି ଅନେକ ରାଶି ପାଇଁ ଏକ ବିଶେଷ ଦିନ ହେବ । ତଥାପି, ତିନୋଟି ରାଶିର ବ୍ୟକ୍ତି, ଯେଉଁମାନେ ଏହି ଦିନ ବହୁତ ଲାଭବାନ ହେବେ।…

ରାଷ୍ଟ୍ରପତିଙ୍କ ଘର ଆଗରେ ପିଲାଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ନାଁ କ’ଣ ପଚାରିଲେ ମୋହନ ମାଝୀ, ଏହି ଘର କାହାର କହି…

ଭୁବନେଶ୍ୱର,୪ା୨: ରାଷ୍ଟ୍ରପତିଙ୍କ ଘର ଆଗରେ ବୁଧବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ରାଷ୍ଟ୍ରପତିଙ୍କ ଘର ସାମ୍ନାରେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତିଙ୍କୁ…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri