Posted inଜାତୀୟ

୮ ବର୍ଷ ପରେ ଭାରତରେ ତାଞ୍ଜାନିଆ ରାଷ୍ଟ୍ରପତି

ନୂଆଦିଲ୍ଲୀ,୯।୧୦: ତାଞ୍ଜାନିଆ ରାଷ୍ଟ୍ରପତି ସାମିଆ ସୁଲୁହୁ ହାସନ ତିନି ଦିନିଆ ଭାରତ ଗସ୍ତରେ ଆସି ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ପଦ ଗ୍ରହଣ କରିବା ପରେ ସାମିଆଙ୍କ ଏହା ହେଉଛି ପ୍ରଥମ ଭାରତ ଗସ୍ତ। ଏହାସହ ଆଠ ବର୍ଷ ପରେ ତାଞ୍ଜାନିଆର କୌଣସି ରାଷ୍ଟ୍ରପତି ଭାରତ ଗସ୍ତରେ ଆସିଛନ୍ତି। ଆଫ୍ରିକୀୟ ଦେଶ ତାଞ୍ଜାନିଆ ସହିତ ଚାଇନା ବର୍ତ୍ତମାନ ସାମରିକ ଏବଂ ଅର୍ଥନୈତିକ ସମ୍ପର୍କ ରଖିଛି, ଯାହା ଐତିହାସିକ ଭାବରେ ଭାରତର ନିକଟତର ଥିଲା। ଚାଇନା କବଳରୁ ମୁକ୍ତି ପାଇବାକୁ ଚାହୁଁଥିବା ତାଞ୍ଜାନିଆ ସହ ଅର୍ଥନୈତିକ ଏବଂ ପ୍ରତିରକ୍ଷା ଚୁକ୍ତିନାମା ସ୍ବାକ୍ଷର କରି ଅଧିକ ସମ୍ପର୍କ ସ୍ଥାପନ କରିବାକୁ ନଜର ରଖିଛି ଭାରତ।
ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି ଏକ୍ସରେ କହିଛନ୍ତି ଯେ, ତାଞ୍ଜାନିଆର ରାଷ୍ଟ୍ରପତି ସାମିଆ ସୁଲୁହୁ ହାସନ ଭାରତ ଗସ୍ତରେ ଆସିଛନ୍ତି। ସ ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ସେ ଏବଂ ପ୍ରଧାନମନ୍ତ୍ରୀ ମୋଦି ଦ୍ୱିପାକ୍ଷିକ ଆଲୋଚନା କରିବେ। ରବିବାର ସନ୍ଧ୍ୟାରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ତାନଜାନିଆର ରାଷ୍ଟ୍ରପତିଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri