କିଲି ପଲ୍‌ଙ୍କୁ ଆକ୍ରମଣ, ଦିନେ ପ୍ରଧାନମନ୍ତ୍ରୀ ମୋଦି କରିଥିଲେ ପ୍ରଶଂସା

ଡୋଡୋମା,୨।୫:ତାଞ୍ଜାନିଆର ସୋସିଆଲ ମିଡିଆ ତାରକା କିଲି ପଲଙ୍କୁ ଅଜ୍ଞାତ ବ୍ୟକ୍ତି ଛୁରିରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତାଙ୍କୁ ସାଂଘାତିକ ଆକ୍ରମଣ କରାଯାଇଥିଲା, କିନ୍ତୁ ସେ କୌଣସି ପ୍ରକାରେ ନିଜକୁ ରକ୍ଷା କରିବାରେ ସଫଳ ହୋଇଥିଲେ। ଏହି ଘଟଣା ବିଷୟରେ କିଲି ତାଙ୍କ ଇନଷ୍ଟାଗ୍ରାମ ଷ୍ଟାଟସ୍‌ରେ କହିଛନ୍ତି। ଏହା ସହ ସେ ନିଜର ଏକ ଫଟୋ ମଧ୍ୟ ଶେୟାର କରିଛନ୍ତି। ଏଥିରେ ସେ ଆହତ ହୋଇଥିବା ଦେଖାଯାଇଛି।
କିଲି ତାଙ୍କ ଇନଷ୍ଟାଗ୍ରାମ ଷ୍ଟାଟସ୍‌ରେ ଲେଖିଛନ୍ତି, ମୋତେ ୫ ଜଣ ଲୋକ ଆକ୍ରମଣ କରିଥିଲେ, ମୋର ଡାହାଣ ହାତର ଆଙ୍ଗୁଠି ଛୁରିରେ ଆଘାତ ଲାଗିଥିଲା। ଏହା ବ୍ୟତୀତ ମୋତେ ଠେଙ୍ଗାରେ ପିଟିଥିଲେ। ମୋର ୫ଟି ଷ୍ଟିଚ ପଡିଛି। ଭଗବାନଙ୍କୁ ଧନ୍ୟବାଦ ଦେଉଛି ଯେ ମୁଁ ଦୁଇ ଜଣଙ୍କୁ ପିଟିବା ସହ ନିଜକୁ ରକ୍ଷା କରିବାରେ ସକ୍ଷମ ହୋଇଥିଲି ଏବଂ ସେଠାରୁ ପଳାଇ ଯାଇଥିଲି। ମୋ ପାଇଁ ପ୍ରାର୍ଥନା କରନ୍ତୁ। ଏପ୍ରିଲ ୨୯ରେ ନିଜ ଇନଷ୍ଟାଗ୍ରାମ ଷ୍ଟାଟସ୍‌ରେ କିଲି ଏହି ଘଟଣା ବିଷୟରେ କହିଥିଲେ।
କିଛି ଦିନ ପୂର୍ବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ କି ବାତ୍‌ କାର୍ଯ୍ୟକ୍ରମରେ କିଲି ପଲ ଏବଂ ତାଙ୍କ ଭଉଣୀ ନୀମା ପାଲଙ୍କ ଲିପ ସିଙ୍କିଂ କଳାକୁ ପ୍ରଶଂସା କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ, ଉଭୟଙ୍କର ଭାରତୀୟ ସଙ୍ଗୀତ ପ୍ରତି ଏକ ଉତ୍ସାହ ଅଛି। ଏହି କ୍ରେଜ ପାଇଁ ସେମାନେ ବହୁତ ଲୋକପ୍ରିୟ। ପ୍ରଧାନମନ୍ତ୍ରୀଙ୍କ ଏହି ପ୍ରଶଂସା ପରେ ଉଭୟଙ୍କ ଲୋକପ୍ରିୟତା ଦ୍ରୁତ ଗତିରେ ବୃଦ୍ଧି ପାଇଥିଲା।
ଇନଷ୍ଟାଗ୍ରାମରେ କିଲି ପଲଙ୍କର ଏବେ ୩୬ ଲକ୍ଷରୁ ଅଧିକ ଫଲୋଅର୍ସ ଅଛନ୍ତି। ଭାରତରେ ତାଙ୍କର ଲୋକପ୍ରିୟତାର କାରଣ ହେଉଛି ବଲିଉଡ ଗୀତଗୁଡ଼ିକରେ ଲିପ ସିଙ୍କ କରନ୍ତି। ବଲିଉଡର ଗୀତ ଏବଂ ସଂଳାପକୁ ଲିପ ସିଙ୍କ କରି ଉଭୟ ଭାଇଭଉଣୀ ଭାରତୀୟଙ୍କ ମଧ୍ୟରେ ବେଶ ଲୋକପ୍ରିୟ ହାସଲ କରିଛନ୍ତି। କେବଳ ଏତିକି ନୁହେଁ, ବଲିଉଡର ଅନେକ ସେଲିବ୍ରିଟି ମଧ୍ୟ ଇନଷ୍ଟାଗ୍ରାମରେ କିଲିଙ୍କୁ ଫଲୋ କରନ୍ତି।

kili


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri