ଚଳଚଞ୍ଚଳ ତପନେଶ୍ୱର ପୀଠ

ଧୁଷୂରୀ, ୧୮ା୨(ସ୍ବ.ପ୍ର.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଭଗବାନପୁର ପଞ୍ଚାୟତ ଇଛଦା ଗ୍ରାମରେ ଥିବା ତପନେଶ୍ୱର ପୀଠ ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି। ଶନିବାର ମହାଶିବରାତ୍ରି ଉପଲକ୍ଷେ ମନ୍ଦିର ପରିସର ସଜ୍ଜିତ କରାଯାଇଛି। ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପୂଜା କମିଟି ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ରାତି ଗୋଟାଏରେ ମହାଦୀପ ଉଠିବ ବୋଲି କୁହାଯାଇଛି।
ପୂଜକ ଓ ଗ୍ରାମର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ କହିବା ଅନୁଯାୟୀ, କେଳୁ ତ୍ରିପାଠୀ ନାମକ ଗ୍ରାମର ଜଣେ ବ୍ୟକ୍ତି ଜଙ୍ଗଲ ଜମିରେ ଚାଷ ପାଇଁ ହଳ କରୁଥିବା ବେଳେ ଲଙ୍ଗଳ ମୁନ ବାଜି ଏକ ଶବ୍ଦ ହୋଇଥିଲା। ସେହି ସ୍ଥାନରୁ ପଥର ଖଣ୍ଡରୁ ରକ୍ତସ୍ରାବ ହେଉଥିବା ଦେଖି ସେ ଭୟଭୀତ ହୋଇଥିଲେ। ସେଠାରେ ମନ୍ଦିର ଗଢ଼ି ପୂଜାର୍ଚ୍ଚନା କରିବା ପାଇଁ ରାତିରେ ତାଙ୍କୁ ସ୍ବପ୍ନାଦେଶ ହୋଇଥିଲା। ସ୍ଥାନୀୟ ଲୋକଙ୍କ ସହଯୋଗରେ ଏକ ଝାଟି ମାଟି ବେଢ଼ା ତିଆରି କରି ବାବା ସ୍ବପ୍ନେଶ୍ୱର ନାମ ରଖାଯାଇଥିଲା। ରେବ ନଦୀ କୂଳରେ ଅବସ୍ଥିତ ପୀଠର ପ୍ରାକୃତିକ ସୌନ୍ଦର୍ଯ୍ୟ ବେଶ୍‌ ମନଲୋଭା। ପୂର୍ବ ଦିଗରୁ ସୂର୍ଯ୍ୟଙ୍କର ପ୍ରଥମ କିରଣ ପୀଠ ଉପରେ ପଡୁଥିବାରୁ ପରେ ନାମ ପରିବର୍ତ୍ତନ କରାଯାଇ ତପନେଶ୍ୱର ରଖାଗଲା। ୨୦୦ ବର୍ଷରୁ ଊର୍ଦ୍ଧ୍ୱ ପୁରାତନ ମନ୍ଦିର। ଲୋକକଥା ଅନୁଯାୟୀ ଏଠାରେ ମାନସିକ କଲେ ଧାରଣାରେ ରହିଲେ ବହୁ ଦୂରାରୋଗ୍ୟରୁ ଆରୋଗ୍ୟ ହେବା ସହ ମନସ୍କାମନା ପୂରଣ ହୁଏ। କେଳୁଙ୍କ ପରେ ତାଙ୍କ ବଂଶଧରମାନେ ପୂଜାରେ ନିୟୋଜିତ ଅଛନ୍ତି। ପରେ ମନ୍ଦିର ବେଢ଼ା, ନାଟମନ୍ଦିର, ଗର୍ଭଗୃହ ଆଦି ସହ ପାର୍ଶ୍ୱ ଦେବଦେବୀଙ୍କ ମୂର୍ତ୍ତି ନିର୍ମିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ଘୁମୁସର ବିକାଶ ପରିଷଦ ବୈଠକ, ଜିଲା ଅନ୍ଦୋଳନକୁ ତ୍ୱରାନ୍ୱିତ କରିବା….

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ବରିଷ୍ଠ ଆଇନଜୀବୀ ସୋମନାଥ ନାୟକଙ୍କ ବାସଭବନରେ ରବିବାର ଘୁମୁସର ବିକାଶ ପରିଷଦର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri