ପୁଣି ଶାଶୁଘର ଆଗରେ ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୭।୧୨: ବହୁଚର୍ଚ୍ଚିତ ଡା. ସୁମିିତ ସାହୁ- ତପସ୍ବିନୀ ଦାଶ ପାରିବାରିକ ମାମଲା ତୁଟିବା ନାଁ ଧରୁନି। ଦିନକୁ ଦିନ ଏହା ଜଟିଳ ହେବାରେ ଲାଗିଛି। ଶୁକ୍ରବାର ତପସ୍ବିନୀ କୋର୍ଟରୁ ନ୍ୟାୟ ପାଇବେ ବୋଲି ଆଶା ରଖିଥିଲେ। ହେଲେ ଶୁଣାଣି ଘୁଞ୍ଚିବାରୁ ଅନ୍ୟ ଉପାୟ ନ ପାଇ ପୁଣି ଶାଶୁଘର ଆଗରେ ଧାରଣା ଦେଇଛନ୍ତି। ଅନ୍ୟପକ୍ଷରେ ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁମିତ ଉପର କୋର୍ଟକୁ ଯାଇଛନ୍ତି।
ସ୍ବାମୀଙ୍କ ସହ ରହିବା ପାଇଁ ତପସ୍ବିନୀ ଗତ ୨୬ ତାରିଖରେ ବ୍ରହ୍ମପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ପିଟିଶନ ଦାଖଲ କରିଥିଲେ। ଶୁକ୍ରବାର ଏହାର ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଥିଲା। ତେଣୁ ତପସ୍ବିନୀ ସମାଜିକ କର୍ମୀ ପ୍ରମିଳା ତ୍ରିପାଠୀଙ୍କ ସହିତ କୋର୍ଟରେ ହାଜର ହୋଇଥିଲେ। ସନ୍ଧ୍ୟାରେ କୋର୍ଟ ମୂଳ ପିଟିଶନ ଶୁଣାଣି ଆସନ୍ତା ୨୦ତାରିଖକୁ ଘୁଞ୍ଚିଲା ବୋଲି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଡା. ସୁମିତ କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିଥିବା ନେଇ ତପସ୍ବିନୀଙ୍କ ଓକିଲ ଦୀପକ ପଟ୍ଟନାୟକ, ପ୍ରଦୀପ କୁମାର ବେହେରା ଶୁକ୍ରବାର ଆଉ ଏକ ପିଟିଶନ ରୁଜୁ କରିଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିଥିବା ଯୋଗୁ ଡା. ସୁମିତଙ୍କ ବିରୋଧରେ କ୍ରିମିନାଲ କେସ ରୁଜୁ କରିବାକୁ ଅନୁରୋଧ କରାଯାଇଥିଲା। ଏହାସହିତ ତପସ୍ବିନୀଙ୍କ ରହିବା ପାଇଁ ଡା. ସୁମିତ ବ୍ୟବସ୍ଥା କରିନାହାନ୍ତି। ତେଣୁ ମାମଲାର ଫଇସଲା ପର୍ଯ୍ୟନ୍ତ ତପସ୍ବିନୀଙ୍କୁ ଶାଶୁଘରେ ରହିବାକୁ ଅନୁମତି ଦିଆଯାଉ ଏବଂ ଭରଣପୋଷଣ ବାବଦକୁ ମାସିକ ୫୦ହଜାର ଟଙ୍କା ଦେବାକୁ ପିଟିଶନରେ ଉଲ୍ଲେଖ କରାଯାଇଛି। ଏହି ପିଟିଶନ ଶୁଣାଣି କରି କୋର୍ଟ ଥାନାରେ ଅଭିଯୋଗ କରିବାକୁ ନିର୍ଦ୍ଦେଶ ଦେବା ସହିତ ପରବର୍ତ୍ତୀ ସମୟରେ କୋର୍ଟରେ ମଧ୍ୟ ପିଟିଶନ ଆବେଦନ କରିପାରିବେ ବୋଲି କହିଛନ୍ତି। ଏଭଳି ନିର୍ଦ୍ଦେଶ ଜାରି ପରେ ତପସ୍ବିନୀ ଶୁକ୍ରବାର ରାତିରେ ପ୍ରମିଳାଙ୍କ ସହିତ ବ୍ରହ୍ମାନଗରସ୍ଥିତ ଶାଶୁଘର ଆଗରେ ବସିଛନ୍ତି। ଅନ୍ୟପଟେ ଶୁକ୍ରବାର ଡା. ସୁମିତଙ୍କ ତରଫରୁ ଆଇନଜୀବୀ ଦେବସ୍ନାନ ଦାଶ ଜିଲା ଜଜ୍‌ କୋର୍ଟରେ ଏକ ପିଟିଶନ ରୁଜୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri