ଶାଶୁଘର ଭିତରକୁ ଗଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୬ା୧: ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ପାରିବାରିକ ବିବାଦର ଅନ୍ତ ଘଟିଛି। ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ତପସ୍ବିନୀ ଗୁରୁବାର ରାତିରେ ଶାଶୁଘରେ ପ୍ରବେଶ କରିଛନ୍ତି । ତପସ୍ବିନୀ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁଘରେ ରହିବେ ଓ ଡା. ସୁମିତ ତାଙ୍କ ଭରଣପୋଷଣ ବାବଦକୁ ୧୭ ହଜାର ଟଙ୍କା ଲେଖାଏ ପ୍ରତି ମାସରେ ଦେବେ ବୋଲି ଗତ ୪ ତାରିଖରେ ଜିଲା ଅଦାଲତ ନିର୍ଦ୍ଦେଶ ଦେଇଥିଲେ। ତପସ୍ବିନୀ ଘରର ଉପର ମହଲାରେ ରହିବେ ବୋଲି ତାଙ୍କ ଶ୍ବଶୁର ପ୍ରମୋଦ ସାହୁ କହିଥିଲେ।

ଏଥିରେ ତପସ୍ବିନୀ ପ୍ରଥମେ ରାଜି ନ ହୋଇ ପୂର୍ବଭଳି ସମାଜସେବୀ ପ୍ରମିଳା ତ୍ରିପାଠୀଙ୍କ ସହ ଘର ବାରଣ୍ଡାରେ ବସି ରହିଥିଲେ। ସେପଟେ ଶ୍ୱଶୁର ଗୁରୁବାର ଲୋକ ଲଗାଇ ଉପର ମହଲା ସଫାସୁତରା କରାଇଥିଲେ। ହେଲେ ସନ୍ଧ୍ୟାରେ ଉପର ମହଲାକୁ ଜଣେ ଯୁବକ ଆସି ଫାଟକରେ ତାଲା ପକାଇବା ସହ ପ୍ରମୋଦ ସାହୁ ତାଙ୍କୁ ସେହି ଘର ଭଡାରେ ଦେଇଛନ୍ତି ବୋଲି କହିଥିଲେ। ଏହାକୁ ନେଇ ତପସ୍ବିନୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହ ଅଦାଲତଙ୍କ ନିର୍ଦ୍ଦେଶ ସତ୍ତ୍ୱେ ତାଙ୍କୁ କାହିଁକି ହଇରାଣ କରାଯାଉଛି ବୋଲି ପ୍ରଶ୍ନ କରିିଥିଲେ । ପରେ ତପସ୍ବିନୀଙ୍କ ଓକିଲ ଦୀପକ ପଟ୍ଟନାୟକ, ପ୍ରଦୀପ ବେହେରା ଓ ଉଚ୍ଚ ନ୍ୟାୟାଳୟର ବରିଷ୍ଠ ଓକିଲ ମାନସ ଚାନ୍ଦ ଘଟଣାସ୍ଥଳରେ ପହଞ୍ଚି ପୋଲିସ ଓ ପ୍ରଶାସନ ସହ ଆଲୋଚନା କରିଥିଲେ। ଅନ୍ୟପକ୍ଷରେ ସୁମିତଙ୍କ ଓକିଲ ସୁରେନ୍ଦ୍ର ବେହେରା ଅଦାଲତଙ୍କ ରାୟରେ ସୁମିତଙ୍କ ଘରେ ତପସ୍ବିନୀ ରହିବେ ବୋଲି ଉଲ୍ଲେଖ ନ ଥିବା କହିବାରୁ ଘଟଣାରେ ନୂଆ ମୋଡ ସୃଷ୍ଟି ହୋଇଥିଲା। ଏହାକୁ ନେଇ ଉତ୍ତେଜନାପୂର୍ଣ୍ଣ ସ୍ଥିତି ହେବାପରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅସୀମ ପଣ୍ଡା, ଜିଲା ମହିଳା ସୁରକ୍ଷା ଅଧିକାରୀ ସଙ୍ଗୀତା ପାତ୍ର, ତହସିଲଦାର ରିବନାରାୟଣ ମିଶ୍ର, ବୈଦ୍ୟନାଥପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ । ପ୍ରାୟ ୩ ଘଣ୍ଟା ଆଲୋଚନା ପରେ ପୋଲିସ ଓ ପ୍ରଶାସନିକ ଅଧିକାରୀମାନେ ତପସ୍ବିନୀଙ୍କୁ ନେଇ ତାଙ୍କ ଶାଶୁ ଘର ଉପର ମହଲାରେ ଛାଡ଼ିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…

ନିଜ ପତ୍ନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ତେଜ ପ୍ରତାପ ଯାଦବ, କହିଲେ, ‘ପୂର୍ବତନ ପ୍ରେମିକଙ୍କୁ ଦେଉଥିଲେ…’

ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?