ଏସ୍‌ଡିିଜେଏମ୍‌ଙ୍କ ରାୟକୁ ଚାଲେଞ୍ଜ କଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୨୨।୧୨: ବହୁ ଚର୍ଚ୍ଚିତ ଡା.ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ବିବାଦ ଏବେ ଦିନକୁ ଦିନ ଭିନ୍ନ ମୋଡ଼ ନେଉଛି। ନ୍ୟାୟ ଭିକ୍ଷା କରି ବୋହୂ ତପସ୍ବିନୀ ବ୍ରହ୍ମାନଗର ସ୍ଥିତ ଶାଶୁ ଘରେ ଧାରଣା ଜାରି ରଖିଛନ୍ତି। ଅନ୍ୟପକ୍ଷେ ତପସ୍ବିନୀଙ୍କ ଓକିଲ ଏସ୍‌ଡିିଜେଏମ୍‌ଙ୍କ ରାୟକୁ ଚାଲେଞ୍ଜ କରି ବୁଧବାର ଜିଲାଜଜ୍‌ କୋର୍ଟରେ ଏକ ପିଟିଶନ୍‌ ଦାଏର କରିଛନ୍ତି। ଆଇନ ଅନୁସାରେ ତପସ୍ବିନୀଙ୍କୁ ତାଙ୍କ ଶାଶୁ ଘରେ ରହିବାକୁ ଅନୁମତି ଦେବା ପାଇଁ ଏଥିରେ ଅପିଲ୍‌ କରାଯାଇଛି। ଆସନ୍ତା ୨୭ ତାରିଖରେ ଏହାର ଶୁଣାଣି ରହିଥିବା ତପସ୍ବିନୀଙ୍କ ଓକିଲ ଦୀପକ ପଟ୍ଟନାୟକ ସୂଚନା ଦେଇଛନ୍ତି।

ଶାଶୁ ଘରେ ରହିବାକୁ ଅନୁମତି ଦେବା ପାଇଁ ତପସ୍ବିନୀଙ୍କ ଓକିଲ କୋର୍ଟରେ ଆବେଦନ କରିଥିଲେ। କିନ୍ତୁ ଗତ ୨୦ ତାରିଖରେ ଏସ୍‌ଡିିଜେଏମ୍‌ ତାହା ଖାରଜ କରି ପୂର୍ବ ନିର୍ଦ୍ଦେଶ ବଳବତ୍ତର ରଖିଥିଲେ। ଏହା ବିରୋଧରେ ତପସ୍ବିନୀଙ୍କ ଓକିଲ ବୁଧବାର ଜିଲା ଜଜ୍‌ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଲୋକଙ୍କ ଗହଳିକୁ ଦେଖି ଧାରଣାସ୍ଥଳରେ ୧୪୪ ଧାରା ବଳବତ୍ତର ରହିଛି। ତପସ୍ବିନୀ ସମାଜିକକର୍ମୀ ପ୍ରମିଳା ତ୍ରିପାଠୀଙ୍କ ସହିତ ଧାରଣାରେ ବସିଛନ୍ତି। ସେଠାରେ ଏକ ସିସି କ୍ୟାମେରା ଲାଗିଥିବା ବେଳେ ତାହା କପଡ଼ା ଦ୍ୱାରା ଘୋଡ଼ାଇ ଦିଆଯାଇଛି। ଏହାକୁ ନେଇ ତପସ୍ବିନୀଙ୍କ ଶ୍ୱଶୁର ଏକ ଅଡ଼ିଓ ଟେପ୍‌ ଜାରି କରି ନିଜେ ଅସୁରକ୍ଷିତ ଥିବା ଏବଂ ତାଙ୍କ ବିରୋଧରେ ଷଡ଼ଯନ୍ତ୍ର ହେଉଥିବା ନେଇ ସେହି ଟେପ୍‌ରେ କହିଛନ୍ତି। ଅନ୍ୟପଟେ ତପସ୍ବିନୀ ନିଜର ବ୍ୟକ୍ତିଗତ ସୁରକ୍ଷା ଦୃଷ୍ଟିରୁ ସିସି କ୍ୟାମେରାରେ କପଡ଼ା ଢାଙ୍କି ଥିବା ନେଇ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ବୁଧବାର ସୁମିତଙ୍କ ଦ୍ୱିତୀୟ ପର୍ଯ୍ୟାୟ ୮ଦିନ ଛୁଟି ଶେଷ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri