ଏସ୍‌ଡିିଜେଏମ୍‌ଙ୍କ ରାୟକୁ ଚାଲେଞ୍ଜ କଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୨୨।୧୨: ବହୁ ଚର୍ଚ୍ଚିତ ଡା.ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ବିବାଦ ଏବେ ଦିନକୁ ଦିନ ଭିନ୍ନ ମୋଡ଼ ନେଉଛି। ନ୍ୟାୟ ଭିକ୍ଷା କରି ବୋହୂ ତପସ୍ବିନୀ ବ୍ରହ୍ମାନଗର ସ୍ଥିତ ଶାଶୁ ଘରେ ଧାରଣା ଜାରି ରଖିଛନ୍ତି। ଅନ୍ୟପକ୍ଷେ ତପସ୍ବିନୀଙ୍କ ଓକିଲ ଏସ୍‌ଡିିଜେଏମ୍‌ଙ୍କ ରାୟକୁ ଚାଲେଞ୍ଜ କରି ବୁଧବାର ଜିଲାଜଜ୍‌ କୋର୍ଟରେ ଏକ ପିଟିଶନ୍‌ ଦାଏର କରିଛନ୍ତି। ଆଇନ ଅନୁସାରେ ତପସ୍ବିନୀଙ୍କୁ ତାଙ୍କ ଶାଶୁ ଘରେ ରହିବାକୁ ଅନୁମତି ଦେବା ପାଇଁ ଏଥିରେ ଅପିଲ୍‌ କରାଯାଇଛି। ଆସନ୍ତା ୨୭ ତାରିଖରେ ଏହାର ଶୁଣାଣି ରହିଥିବା ତପସ୍ବିନୀଙ୍କ ଓକିଲ ଦୀପକ ପଟ୍ଟନାୟକ ସୂଚନା ଦେଇଛନ୍ତି।

ଶାଶୁ ଘରେ ରହିବାକୁ ଅନୁମତି ଦେବା ପାଇଁ ତପସ୍ବିନୀଙ୍କ ଓକିଲ କୋର୍ଟରେ ଆବେଦନ କରିଥିଲେ। କିନ୍ତୁ ଗତ ୨୦ ତାରିଖରେ ଏସ୍‌ଡିିଜେଏମ୍‌ ତାହା ଖାରଜ କରି ପୂର୍ବ ନିର୍ଦ୍ଦେଶ ବଳବତ୍ତର ରଖିଥିଲେ। ଏହା ବିରୋଧରେ ତପସ୍ବିନୀଙ୍କ ଓକିଲ ବୁଧବାର ଜିଲା ଜଜ୍‌ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଲୋକଙ୍କ ଗହଳିକୁ ଦେଖି ଧାରଣାସ୍ଥଳରେ ୧୪୪ ଧାରା ବଳବତ୍ତର ରହିଛି। ତପସ୍ବିନୀ ସମାଜିକକର୍ମୀ ପ୍ରମିଳା ତ୍ରିପାଠୀଙ୍କ ସହିତ ଧାରଣାରେ ବସିଛନ୍ତି। ସେଠାରେ ଏକ ସିସି କ୍ୟାମେରା ଲାଗିଥିବା ବେଳେ ତାହା କପଡ଼ା ଦ୍ୱାରା ଘୋଡ଼ାଇ ଦିଆଯାଇଛି। ଏହାକୁ ନେଇ ତପସ୍ବିନୀଙ୍କ ଶ୍ୱଶୁର ଏକ ଅଡ଼ିଓ ଟେପ୍‌ ଜାରି କରି ନିଜେ ଅସୁରକ୍ଷିତ ଥିବା ଏବଂ ତାଙ୍କ ବିରୋଧରେ ଷଡ଼ଯନ୍ତ୍ର ହେଉଥିବା ନେଇ ସେହି ଟେପ୍‌ରେ କହିଛନ୍ତି। ଅନ୍ୟପଟେ ତପସ୍ବିନୀ ନିଜର ବ୍ୟକ୍ତିଗତ ସୁରକ୍ଷା ଦୃଷ୍ଟିରୁ ସିସି କ୍ୟାମେରାରେ କପଡ଼ା ଢାଙ୍କି ଥିବା ନେଇ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ବୁଧବାର ସୁମିତଙ୍କ ଦ୍ୱିତୀୟ ପର୍ଯ୍ୟାୟ ୮ଦିନ ଛୁଟି ଶେଷ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri