ଘରେ ପଶିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୨୦।୧୨: ନ୍ୟାୟ ଦାବିରେ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁ ଘର ସମ୍ମୁଖରେ ଧାରଣା ଦେଇଥିବା ତପସ୍ବିନୀ ଦାଶଙ୍କ ମୂଳ ପିଟିଶନର ଶୁଣାଣି ସୋମବାର ବ୍ରହ୍ମପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ହୋଇଛି। ଗତ ୯ ତାରିଖରେ ଏହି ପିଟିଶନର ଶୁଣାଣି କରିବା ପରେ ଏସ୍‌ଡିଜେଏମ୍‌ ଯେଉଁ ନିର୍ଦ୍ଦେଶ ଦେଇଥିଲେ ତାକୁ କାଏମ୍‌ ରଖିଛନ୍ତି। ଡା. ସୁମିତ ସାହୁ ଏକ ଭଡାଘର ନେଇ ତପସ୍ବିନୀଙ୍କୁ ରଖିବେ, ତାଙ୍କର ଖାଇବା ଏବଂ ଔଷଧ ଖର୍ଚ୍ଚ ବୁଝିବେ ବୋଲି କୋର୍ଟ ରାୟରେ ଉଲ୍ଲେଖ କରିଥିବା ତପସ୍ବିନୀଙ୍କ ଓକିଲ ଦୀପକ ପଟ୍ଟନାୟକ କହିଛନ୍ତି। ତପସ୍ବିନୀ ସୁମିତଙ୍କ ଘରେ ରହିବାକୁ କୋର୍ଟରେ ପିଟିଶନ ଦାଖଲ କରିଥିଲେ। କିନ୍ତୁ କୋର୍ଟ ଭଡାଘରେ ସୁମିତଙ୍କ ସହ ରହିବାକୁ ରାୟରେ ଦର୍ଶାଇଛନ୍ତି। ତପସ୍ବିନୀଙ୍କ ସପକ୍ଷରେ ରାୟ ଆସି ନ ଥିବାରୁ ସ୍ଥାନୀୟ କେତେଜଣ ମହିଳା ଉତ୍ତ୍ୟକ୍ତ ହୋଇ ସୋମବାର ରାତିରେ ସୁମିତଙ୍କ ଘର ଗ୍ରୀଲ୍‌ ଭାଙ୍ଗି ଭିତରକୁ ତପସ୍ବିନୀଙ୍କୁ ନେଇ ଧସେଇ ପଶିଥିଲେ। ଏନେଇ ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତି ଦେଖା ଦେଇଥିଲା। ପୋଲିସ ପହଞ୍ଚିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri