ଶାଶୁଘର ଆଗରେ ପୁଣି ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୮ା୧୨: ବହୁଚର୍ଚ୍ଚିତ ଡା. ସୁମିିତ ସାହୁ- ତପସ୍ବିନୀ ଦାଶ ପାରିବାରିକ ମାମଲା ତୁଟିବା ନାଁ ଧରୁନି। ଦିନକୁ ଦିନ ଏହା ଜଟିଳ ହେବାରେ ଲାଗିଛି। ଶୁକ୍ରବାର ତପସ୍ବିନୀ କୋର୍ଟରୁ ନ୍ୟାୟ ପାଇବେ ବୋଲି ଆଶା ରଖିଥିଲେ। ହେଲେ ଶୁଣାଣି ଘୁଞ୍ଚିବାରୁ ଅନ୍ୟ ଉପାୟ ନ ପାଇ ପୁଣି ଶାଶୁଘର ଆଗରେ ଧାରଣା ଦେଇଛନ୍ତି। ଅନ୍ୟପକ୍ଷରେ ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁମିତ ଉପର କୋର୍ଟକୁ ଯାଇଛନ୍ତି।
ସ୍ବାମୀଙ୍କ ସହ ରହିବା ପାଇଁ ତପସ୍ବିନୀ ଗତ ୨୬ ତାରିଖରେ ବ୍ରହ୍ମପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ପିଟିଶନ ଦାଖଲ କରିଥିଲେ। ଶୁକ୍ରବାର ଏହାର ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଥିଲା। ତେଣୁ ତପସ୍ବିନୀ ସମାଜିକ କର୍ମୀ ପ୍ରମିଳା ତ୍ରିପାଠୀଙ୍କ ସହିତ କୋର୍ଟରେ ହାଜର ହୋଇଥିଲେ। ସନ୍ଧ୍ୟାରେ କୋର୍ଟ ମୂଳ ପିଟଶନ ଶୁଣାଣି ଆସନ୍ତା ୨୦ତାରିଖକୁ ଘୁଞ୍ଚିଲା ବୋଲି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଡା. ସୁମିତ କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିଥିବା ନେଇ ତପସ୍ବିନୀଙ୍କ ଓକିଲ ଦୀପକ ପଟ୍ଟନାୟକ, ପ୍ରଦୀପ କୁମାର ବେହେରା ଶୁକ୍ରବାର ଆଉ ଏକ ପିଟିଶନ ରୁଜୁ କରିଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିଥିବା ଯୋଗୁ ଡା. ସୁମିତଙ୍କ ବିରୋଧରେ କ୍ରିମିନାଲ କେସ ରୁଜୁ କରିବାକୁ ଅନୁରୋଧ କରାଯାଇଥିଲା। ଏହାସହିତ ତପସ୍ବିନୀଙ୍କ ରହିବା ପାଇଁ ଡା. ସୁମିତ ବ୍ୟବସ୍ଥା କରିନାହାନ୍ତି। ତେଣୁ ମାମଲାର ଫଇସଲା ପର୍ଯ୍ୟନ୍ତ ତପସ୍ବିନୀଙ୍କୁ ଶାଶୁଘରେ ରହିବାକୁ ଅନୁମତି ଦିଆଯାଉ ଏବଂ ଭରଣପୋଷଣ ବାବଦକୁ ମାସିକ ୫୦ହଜାର ଟଙ୍କା ଦେବାକୁ ପିଟିଶନରେ ଉଲ୍ଲେଖ କରାଯାଇଛି। ଏହି ପିଟଶନ ଶୁଣାଣି କରି କୋର୍ଟ ଥାନାରେ ଅଭିଯୋଗ କରିବାକୁ ନିର୍ଦ୍ଦେଶ ଦେବା ସହିତ ପରବର୍ତ୍ତୀ ସମୟରେ କୋର୍ଟରେ ମଧ୍ୟ ପିଟିଶନ ଆବେଦନ କରିପାରିବେ ବୋଲି କହିଛନ୍ତି। ଏଭଳି ନିର୍ଦ୍ଦେଶ ଜାରି ପରେ ରାତି ପ୍ରାୟ ସାଢ଼େ ୯ଟାରେ ତପସ୍ବିନୀ ପ୍ରମିଳାଙ୍କ ସହିତ ବ୍ରହ୍ମାନଗରସ୍ଥିତ ଶାଶୁଘର ଆଗରେ ବସିଛନ୍ତି। ଅନ୍ୟପଟେ ଶୁକ୍ରବାର ଡା. ସୁମିତଙ୍କ ତରଫରୁ ଆଇନଜଜୀବୀ ଦେବସ୍ନାନ ଦାଶ ଜିଲାଜଜ କୋର୍ଟରେ ଏକ ପିଟିଶନ ରୁଜୁ କରିଛନ୍ତି। ବ୍ରହ୍ମପୁର ଏସଡିଜେଏମ ଗତ ୨ ଓ ୯ତାରିଖରେ ଦେଇଥିବା ନିର୍ଦ୍ଦେଶକୁ ଚାଲେଞ୍ଜ କରି ଜିଲାଜଜ କୋର୍ଟରେ ଅପିଲ କରାଯାଇଛି। ଏସଡିଜେଏମ ଦେଇଥିବା ନିର୍ଦ୍ଦେଶ ଖାରଜ କରିବା ପାଇଁ ଅନୁରୋଧ କରାଯାଇଥିବା ଆଇନଜୀବୀ ଦାଶ କହିଛନ୍ତି। ଏହି ପିଟିଶନ ଶୁଣାଣି ଆସନ୍ତା ୨୭ତାରିଖକୁ ଧାର୍ଯ୍ୟ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri