ଶାଶୁଘର ଆଗରେ ପୁଣି ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୮ା୧୨: ବହୁଚର୍ଚ୍ଚିତ ଡା. ସୁମିିତ ସାହୁ- ତପସ୍ବିନୀ ଦାଶ ପାରିବାରିକ ମାମଲା ତୁଟିବା ନାଁ ଧରୁନି। ଦିନକୁ ଦିନ ଏହା ଜଟିଳ ହେବାରେ ଲାଗିଛି। ଶୁକ୍ରବାର ତପସ୍ବିନୀ କୋର୍ଟରୁ ନ୍ୟାୟ ପାଇବେ ବୋଲି ଆଶା ରଖିଥିଲେ। ହେଲେ ଶୁଣାଣି ଘୁଞ୍ଚିବାରୁ ଅନ୍ୟ ଉପାୟ ନ ପାଇ ପୁଣି ଶାଶୁଘର ଆଗରେ ଧାରଣା ଦେଇଛନ୍ତି। ଅନ୍ୟପକ୍ଷରେ ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁମିତ ଉପର କୋର୍ଟକୁ ଯାଇଛନ୍ତି।
ସ୍ବାମୀଙ୍କ ସହ ରହିବା ପାଇଁ ତପସ୍ବିନୀ ଗତ ୨୬ ତାରିଖରେ ବ୍ରହ୍ମପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ପିଟିଶନ ଦାଖଲ କରିଥିଲେ। ଶୁକ୍ରବାର ଏହାର ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଥିଲା। ତେଣୁ ତପସ୍ବିନୀ ସମାଜିକ କର୍ମୀ ପ୍ରମିଳା ତ୍ରିପାଠୀଙ୍କ ସହିତ କୋର୍ଟରେ ହାଜର ହୋଇଥିଲେ। ସନ୍ଧ୍ୟାରେ କୋର୍ଟ ମୂଳ ପିଟଶନ ଶୁଣାଣି ଆସନ୍ତା ୨୦ତାରିଖକୁ ଘୁଞ୍ଚିଲା ବୋଲି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଡା. ସୁମିତ କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିଥିବା ନେଇ ତପସ୍ବିନୀଙ୍କ ଓକିଲ ଦୀପକ ପଟ୍ଟନାୟକ, ପ୍ରଦୀପ କୁମାର ବେହେରା ଶୁକ୍ରବାର ଆଉ ଏକ ପିଟିଶନ ରୁଜୁ କରିଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିଥିବା ଯୋଗୁ ଡା. ସୁମିତଙ୍କ ବିରୋଧରେ କ୍ରିମିନାଲ କେସ ରୁଜୁ କରିବାକୁ ଅନୁରୋଧ କରାଯାଇଥିଲା। ଏହାସହିତ ତପସ୍ବିନୀଙ୍କ ରହିବା ପାଇଁ ଡା. ସୁମିତ ବ୍ୟବସ୍ଥା କରିନାହାନ୍ତି। ତେଣୁ ମାମଲାର ଫଇସଲା ପର୍ଯ୍ୟନ୍ତ ତପସ୍ବିନୀଙ୍କୁ ଶାଶୁଘରେ ରହିବାକୁ ଅନୁମତି ଦିଆଯାଉ ଏବଂ ଭରଣପୋଷଣ ବାବଦକୁ ମାସିକ ୫୦ହଜାର ଟଙ୍କା ଦେବାକୁ ପିଟିଶନରେ ଉଲ୍ଲେଖ କରାଯାଇଛି। ଏହି ପିଟଶନ ଶୁଣାଣି କରି କୋର୍ଟ ଥାନାରେ ଅଭିଯୋଗ କରିବାକୁ ନିର୍ଦ୍ଦେଶ ଦେବା ସହିତ ପରବର୍ତ୍ତୀ ସମୟରେ କୋର୍ଟରେ ମଧ୍ୟ ପିଟିଶନ ଆବେଦନ କରିପାରିବେ ବୋଲି କହିଛନ୍ତି। ଏଭଳି ନିର୍ଦ୍ଦେଶ ଜାରି ପରେ ରାତି ପ୍ରାୟ ସାଢ଼େ ୯ଟାରେ ତପସ୍ବିନୀ ପ୍ରମିଳାଙ୍କ ସହିତ ବ୍ରହ୍ମାନଗରସ୍ଥିତ ଶାଶୁଘର ଆଗରେ ବସିଛନ୍ତି। ଅନ୍ୟପଟେ ଶୁକ୍ରବାର ଡା. ସୁମିତଙ୍କ ତରଫରୁ ଆଇନଜଜୀବୀ ଦେବସ୍ନାନ ଦାଶ ଜିଲାଜଜ କୋର୍ଟରେ ଏକ ପିଟିଶନ ରୁଜୁ କରିଛନ୍ତି। ବ୍ରହ୍ମପୁର ଏସଡିଜେଏମ ଗତ ୨ ଓ ୯ତାରିଖରେ ଦେଇଥିବା ନିର୍ଦ୍ଦେଶକୁ ଚାଲେଞ୍ଜ କରି ଜିଲାଜଜ କୋର୍ଟରେ ଅପିଲ କରାଯାଇଛି। ଏସଡିଜେଏମ ଦେଇଥିବା ନିର୍ଦ୍ଦେଶ ଖାରଜ କରିବା ପାଇଁ ଅନୁରୋଧ କରାଯାଇଥିବା ଆଇନଜୀବୀ ଦାଶ କହିଛନ୍ତି। ଏହି ପିଟିଶନ ଶୁଣାଣି ଆସନ୍ତା ୨୭ତାରିଖକୁ ଧାର୍ଯ୍ୟ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri