ସୁମିତଙ୍କ ବେଡ୍‌ରୁମ୍‌ରେ ରହିବାକୁ ଅଡ଼ି ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୫।୧: ଗଞ୍ଜାମ ଜିଲା ଜଜ କୋର୍ଟ ତପସ୍ବିନୀଙ୍କୁ ଶାଶୁଘର ବ୍ରହ୍ମପୁର ବ୍ରହ୍ମାନଗରର ଗଣେଶ ନିବାସରେ ରହିବାକୁ ମଙ୍ଗଳବାର ରାୟ ଶୁଣାଇଥିଲେ। କୋର୍ଟଙ୍କ ରାୟ ପରେ ବି ମଙ୍ଗଳବାର ରାତିରେ ତପସ୍ବିନୀ ସୁମିତଙ୍କ ଘରର ଗ୍ୟାରେଜରେ ରାତି କାଟିଛନ୍ତି । ସୁମିତଙ୍କ ପରିବାର ପକ୍ଷରୁ ତାଙ୍କୁ ରହିବାକୁ ଯେଉଁ ଘର ଦିଆ ଯାଇଥିଲା, ତାହା ଜଣେ ମହିଳା ପାଇଁ ରହିବାକୁ ଅଯୋଗ୍ୟ ଥିଲା ବୋଲି ତପସ୍ବିନୀ ଅଭିଯୋଗ କରିଛନ୍ତି। ତା’ ବଦଳରେ ସେ ସୁମିତଙ୍କ ବେଡରୁମରେ ରହିବାକୁ ଜିଦ୍‌ ଧରିଥିଲେ। ହେଲେ ସୁମିତଙ୍କ ପରିବାର ଲୋକେ ବେଡରୁମ୍‌ ଦେବା ସମ୍ଭବ ନୁହେଁ ବୋଲି ଦର୍ଶାଇଥିଲେ। ପରିବାରରେ ସଦସ୍ୟଙ୍କ ସଂଖ୍ୟା ଅଧିକ ଓ ସେ ରୁମ୍‌ରେ ଜଣେ ହାର୍ଟ ପେସେଣ୍ଟ ରହୁଥିବାରୁ ଉପର ଘର ତପସ୍ବିନୀଙ୍କୁ ଦିଆଯାଇଥିଲା ବୋଲି ସୁମିତଙ୍କ ଓକିଲ କହିଛନ୍ତି।
ସୁମିତଙ୍କ ଓକିଲ ସ୍ପଷ୍ଟ କରିଛନ୍ତି ଯେ, କୋର୍ଟ କହିଥିଲେ ବ୍ରହ୍ମପୁର ବ୍ରହ୍ମାନଗରର ଗଣେଶ ନିବାସରେ ତପସ୍ବିନୀଙ୍କୁ ରହିବାକୁ ଦିଆଯାଉ। ସେହି ଅନୁସାରେ ତପସ୍ବିନୀଙ୍କୁ ରହିବା ପାଇଁ ଉପର ଘର ଦିଆଯାଇଥିଲା। ଅନ୍ୟପକ୍ଷରେତପସ୍ବିନୀ କହିଛନ୍ତି, ସୁମିତଙ୍କୁ ବାହା ହୋଇ ଆସିବା ପରେ ଯେଉଁ ରୁମ୍‌ରେ ରହୁଥିଲି, ମୋତେ ସେହି ରୁମ୍‌ରେ ରହିବାକୁ ଅନୁମତି ଦିଆଯାଉ। ମୁଁ ଆଉ କେଉଁଠି ରହିବି ନାହିଁ। ଉପର ଘର ମୋ ପାଇଁ ଉପଯୁକ୍ତ ନୁହଁ କି, ସୁରକ୍ଷିତ ନୁହଁ, ମୁଁ ସେଠାରେ ରହିବି ନାହିଁ। ଉପର ଘରେ କୁକୁର ରହିବା ସମ୍ଭବ ନୁହେଁ , ସେଠି ମଣିଷ ରହିବା କିପରି ସମ୍ଭବ ବୋଲି ତପସ୍ବିନୀ ପ୍ରଶ୍ନ କରିଛନ୍ତି।
ସୂଚନାଯୋଗ୍ୟ, ୪୪ ଦିନ ଧରି ସୁମିତଙ୍କ ଘର ଆଗରେ ତପସ୍ବିନୀ ବସିବା ପରେ ମଙ୍ଗଳବାର ସୁମିତଙ୍କ ଓକିଲଙ୍କ ଆବେଦନକୁ ଖାରଜ କରି କୋର୍ଟ ତାଙ୍କ ରାୟ ଶୁଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri